Posted inଖେଳ

ପୁଣି ସାରା ତେନ୍ଦୁଲକରଙ୍କୁ ନେଇ ଚର୍ଚ୍ଚାରେ ଶୁଭମନ; ପ୍ରଶଂସକ କହୁଛନ୍ତି ‘ଚୋରି ଧରା ପଡ଼ିଗଲା’

ନୂଆଦିଲ୍ଲୀ,୧୫।୨: ପୁଣି ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ କ୍ରିକେଟର ଶୁଭମନ ଗିଲ। ମଙ୍ଗଳବାର ଭ୍ୟାଲେଣ୍ଟାଇନ୍‌ ଡେ’ ଉପଲକ୍ଷେ ସେ ଏକ ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଥିଲେ। ଏହାପରେ ତାଙ୍କ ନାଁ ଆଉ ଥରେ ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକରଙ୍କ ଝିଅ ସାରାଙ୍କ ସହ ଯୋଡ଼ା ଯାଉଛି।

ଶୁଭମନ ଲଣ୍ଡନର ଏକ କାଫେର ଫଟୋ ଶେୟାର କରିଥିଲେ। ଏହାର କ୍ୟାପଶନରେ ସେ ଲେଖିଥିଲେ ‘ଆଜି ପୁଣି କେଉଁ ଦିନ?’ ଅପରପକ୍ଷେ ସାରା ମଧ୍ୟ ୨୦୨୧ରେ ସମାନ କାଫେରେ ସେହିଭଳି ଏକ ଫଟୋ ଛାଡ଼ିଥିଲେ। ଏମିତିରେ ଶୁଭମନଙ୍କ ପ୍ରଶଂସକ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଶେଷ ହୋଇ ନ ଥିବା କହୁଛନ୍ତି। ଏପରିକି ସାରାଙ୍କ ଫଟୋକୁ ଯାଇ ଶୁଭମନଙ୍କୁ ଟ୍ୟାଗ୍‌ କରି ‘ଚୋରି ଧରା ପଡ଼ିଗଲା’ ବୋଲି ଅନେକେ ଲେଖୁଥିବା ଦେଖାଯାଉଛି।

କହିରଖୁଛୁ, ୨୩ ବର୍ଷୀୟ ଶୁଭମନ ଲଗାତାର ଭାବେ ପ୍ରେମ ସମ୍ପର୍କକୁ ନେଇ ଖବର ଶିରୋନାମାରେ ରହି ଆସୁଛନ୍ତି। ପ୍ରଥମେ ତାଙ୍କ ନାମ ସାରା ତେନ୍ଦୁଲକରଙ୍କ ସହ ଯୋଡ଼ା ଯାଉଥିଲା। ହେଲେ ପରେ ଅଭିନେତ୍ରୀ ସାରା ଅଲ୍ଲୀ ଖାଁଙ୍କ ସହ ତାଙ୍କୁ ଦେଖାଯିବା ପରେ ଉଭୟଙ୍କୁ ନେଇ ଅନେକ କିଛି ଶୁଣିବାକୁ ମିଳୁଥିଲା। ଏବେ ପୁଣି ସାରାଙ୍କ ଭଳି କାଫେ ଫଟୋ ଶେୟାର କରି ସେ ପୁରୁଣା ସମ୍ପର୍କକୁ ପ୍ରଘଟ କରିଛନ୍ତି। ହେଲେ ଦୁହିଁଙ୍କୁ ନେଇ ଏଯାଏ ଶୁଭମନ ଖୋଲାଖୋଲି କିଛି ସ୍ବୀକାର କରିନାହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri