Posted inଖେଳ

ଶୁବମନ ଗିଲଙ୍କୁ ବିମାନରେ ବସିବା ମନା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଗୌହାଟୀ,୧୮।୧୧: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲ ଦ୍ୱିତୀୟ ଟେଷ୍ଟରୁ ବାଦ ପଡ଼ିବା ପ୍ରାୟ ନିଶ୍ଚିତ। ଦ୍ୱିତୀୟ ଟେଷ୍ଟ ନଭେମ୍ବର ୨୨ରୁ ଗୌହାଟୀରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି ଏବଂ ସେ ଟିମ ଇଣ୍ଡିଆ ସହିତ ଗୌହାଟୀ ଯାତ୍ରା କରିବେ ନାହିଁ। ଡାକ୍ତରମାନେ ଗିଲଙ୍କୁ ବର୍ତ୍ତମାନ ପାଇଁ ବିମାନରେ ନ ଯିବାକୁ ପରାମର୍ଶ ଦେଇଥିବା ଜଣାପଡ଼ିଛି। ଏହି କାରଣରୁ ସେ ଗୌହାଟୀ ଯାତ୍ରା କରୁନାହାଁନ୍ତି।

କୋଲକାତାରେ ପ୍ରଥମ ଟେଷ୍ଟରେ ଏକ ଦମଦାର ପରାଜୟ ପରେ, ଦ୍ୱିତୀୟ ଟେଷ୍ଟ ଟିମ ଇଣ୍ଡିଆ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ଗୌହାଟୀର ବାରବାଟୀ ଷ୍ଟାଡିୟମ୍‌ରେ ବିଜୟ ହେଉଛି ଭାରତ ପାଇଁ ସିରିଜ ପରାଜୟ ଏଡାଇବାର ଏକମାତ୍ର ଉପାୟ। ତଥାପି ସେମାନେ ସେହି ନିଷ୍ପତ୍ତି ନେବା ପୂର୍ବରୁ, ଅଧିନାୟକଙ୍କ ଆଘାତ ଦଳର ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି।

ଶୁବମନ ଗିଲଙ୍କୁ ଆଗାମୀ ଚାରି ଦିନ ପାଇଁ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି। ଡାକ୍ତରଙ୍କ ନିଷ୍ପତ୍ତି ପରେ, ଦ୍ୱିତୀୟ ଟେଷ୍ଟ ପାଇଁ ଦଳ ସହିତ ଗୌହାଟୀ ଯାତ୍ରା କରିବା ତାଙ୍କ ପାଇଁ କଷ୍ଟକର ହେବ। ଗିଲଙ୍କ ଆଘାତର ପ୍ରତିଦିନ ମୂଲ୍ୟାଙ୍କନ କରାଯାଉଛି ଏବଂ ମଙ୍ଗଳବାର ଦିନ ଗୌହାଟୀ ଯାତ୍ରା ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରେ।

କୋଲକାତା ଟେଷ୍ଟରେ ଭାରତର ପ୍ରଥମ ଇନିଂସରେ ବ୍ୟାଟିଂ କରୁଥିବା ସମୟରେ ଗିଲ ଆଘାତ ପାଇଥିଲେ। ସେ ୩ ବଲ ରୁ ୪ ରନ କରି ବ୍ୟାଟିଂ କରୁଥିଲେ ଏବଂ ବେକ ଯନ୍ତ୍ରଣା ଅନୁଭବ କରିଥିଲେ ଏବଂ ତାଙ୍କୁ ରିଟାୟାର ହର୍ଟ ହେବାକୁ ପଡିଥିଲା। ଆଘାତ ଯୋଗୁ ଗିଲ ଦ୍ୱିତୀୟ ଇନିଂସରେ ମଧ୍ୟ ବ୍ୟାଟିଂ କରି ନ ଥିଲେ।

ଯଦଗିଲ ଗୌହାଟୀ ଟେଷ୍ଟରୁ ବାଦ୍‌ ପଡ଼ନ୍ତି, ତେବେ ଏହା ଅକ୍ଟୋବର ୨୦୨୪ ପରେ ପ୍ରଥମ ଥର ପାଇଁ ସେ କୌଣସି ଟେଷ୍ଟ ମ୍ୟାଚ ଖେଳିବେନି। ସେତେବେଳେ ଗିଲ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଖେଳି ନ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri