Posted inଖେଳ

ଇତିହାସ ରଚିଲେ ଶୁବମନ ଗିଲ

ହାଇଦ୍ରାବାଦ୍‌,୧୮।୧: ହାଇଦ୍ରାବାଦ୍‌ରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଶୁବମନ ଗିଲ ଦ୍ୱିଶତକ ହାସଲ କରିଛନ୍ତି। ଏହି ମ୍ୟାଚରେ ଗିଲ ୧୪୬ ବଲରେ ଦ୍ରୁତ ଦ୍ୱିଶତକ ହାସଲ କରିଥିଲେ। ସେ ୨୦୮ ରନର ପାଳି ଖେଳିଥିଲେ। ସେ ତାଙ୍କ ଇନିଂସରେ ୧୯ ଚୌକା ଓ ୯ ଛକା ମାରିଥିଲେ।
ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଦ୍ୱିଶତକ ହାସଲ କରି ଗିଲ ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଦ୍ୱିଶତକ ହାସଲ କରିବାରେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ୨୩ ବର୍ଷ ୧୩୨ ଦିନରେ ଶୁବମନ ଏହି କୀର୍ତ୍ତିମାନ କରିଛନ୍ତି। ତାଙ୍କ ପୂର୍ବରୁ ଏହି ରେକର୍ଡ ଇଶାନ କିଶନଙ୍କ ନାମରେ ଥିଲା, ସେ ୨୪ ବର୍ଷ ୧୪୫ ଦିନ ବୟସରେ ବାଂଲାଦେଶ ବିପକ୍ଷ ଦିନିକିଆରେ ଦ୍ୱିଶତକ ହାସଲ କରିଥିଲେ। ଏଥି ସହିତ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନାମ ଏହି ତାଲିକାରେ ତୃତୀୟ ସ୍ଥାନରେ ରହିଛି। ସେ ୨୬ ବର୍ଷ ୧୮୬ ଦିନ ବୟସରେ ଅଷ୍ଟ୍ରେଲିଆ ବିପକ୍ଷରେ ଦିନିକିଆରେ ଦ୍ୱିଶତକ ହାସଲ କରିଥିଲେ।
ହାଇଦ୍ରାବାଦରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଦ୍ୱିଶତକ ହାସଲ କରି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି ଗିଲ। ହାଇଦ୍ରାବାଦରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଗିଲ ସବୁଠୁ ବଡ଼ ଇନିଂସ ଖେଳିଛନ୍ତି। ଏହାପୂର୍ବରୁ ଏହି ରେକର୍ଡ ସଚିନ ତେନ୍ଦୁଲକର (୧୮୬) ଙ୍କ ନାମରେ ଥିଲା। ସଚିନ ଏହି ରେକର୍ଡକୁ ୧୯୯୯ରେ ହାଇଦ୍ରାବାଦରେ କରିଥିଲେ। ବର୍ତ୍ତମାନ ଗିଲ ୨୦୮ ରନର ଇନିଂସ ଖେଳି ସଚିନଙ୍କ ଏହି ବଡ ରେକର୍ଡ ଭାଙ୍ଗିଛନ୍ତି।
ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଶୁବମାନ ଗିଲ ମଧ୍ୟ ତାଙ୍କ କ୍ୟାରିୟରର ୧୦୦୦ ଦିନିକିଆ ରନ ପୂରଣ କରିଥିଲେ। ସେ ତାଙ୍କର ୧୯ତମ ଇନିଂସରେ ଏହି ବିଶେଷ ସ୍ଥାନ ହାସଲ କରିଥିଲେ। ଦିନିକିଆରେ ଦ୍ରୁତତମ ୧୦୦୦ ରନ ପୂରଣ କରିବାରେ ଇମାମୁଲ ହକଙ୍କ ସହ ଶୁବମାନ ଦ୍ୱିତୀୟ ଖେଳାଳି ହୋଇଥିଲେ। ଏଥି ସହିତ ସେ ଭାରତର ପ୍ରଥମ ଖେଳାଳି ହୋଇପାରିଛନ୍ତି। ତାଙ୍କ ପୂର୍ବରୁ ବିରାଟ କୋହଲି ଏବଂ ଶିଖର ଧାୱନ ୨୪ ଇନିଂସରେ ୧୦୦୦ ଦିନିକିଆ ରନ ପୂରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?