Posted inଖେଳ

ଶୁବମନ ଗିଲ୍‌ଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ: ଜିମ୍ବାଓ୍ବେକୁ ୨୯୦ ରନ୍‌ର ଟାର୍ଗେଟ୍‌

ହରାରେ,୨୨।୮: ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଭାରତ ଘରୋଇ ଜିମ୍ବାଓ୍ବେକୁ ୨୯୦ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟି କରିଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୮୯ ରନ୍‌ କରିଥିଲା। ଭାରତ ପକ୍ଷରୁ ଶୁବମନ ଗିଲ୍‌ ଦିନିକିଆରେ ପ୍ରଥମ ଶତକ ହାସଲ କରିଥିଲେ।
କେଏଲ ରାହୁଲ ଏବଂ ଶିଖର ଧାୱନଙ୍କ ଓପନିଂ ଯୋଡି ଭାରତ ପାଇଁ  ଏକ ଭଲ ଆରମ୍ଭ କରିଥିଲେ। ଦୁଇ ଖେଳାଳିଙ୍କ ମଧ୍ୟରେ ଅର୍ଦ୍ଧଶତକୀୟ ଭାଗିଦାରୀ ହୋଇଥିଲା। ୬୩ ରନ୍‌ ସ୍କୋରରେ କେଏଲ ରାହୁଲଙ୍କ ରୂପରେ ଭାରତ ପ୍ରଥମ ଉଇକେଟ୍‌ ହରାଇଥିଲା। ସେ ୪୬ଟି ବଲରୁ ୩୦ ରନ ସ୍କୋର କରିଥିଲେ। ପରେ ଶୁଭମାନ ଗିଲ ଧାୱନଙ୍କୁ ସମର୍ଥନ କରିବାକୁ ଆସିଥିଲେ। କିନ୍ତୁ ଭାରତକୁ ଦ୍ୱିତୀୟ ଝଟକା ଉପ-ଅଧିନାୟକ ଶିଖର ଧାୱନଙ୍କ ରୂପରେ ଆସିଥିଲା। ସେ ୬୮ ବଲରେ ୪୦ ରନ ସଂଗ୍ରହ କରିଥିଲେ। ପରେ ଗିଲ ଏବଂ ଇଶାନ କିଶନ ତୃତୀୟ ଉଇକେଟ ପାଇଁ ୧୪୦ ରନ ସଂଗ୍ରହ କରିଥିଲେ। ଅର୍ଦ୍ଧଶତକ ହାସଲ କରିବା ପରେ ଇଶାନ କିଶାନ ଆଉଟ ହୋଇଥିଲେ। ତାଙ୍କ ଆଉଟ୍‌ ପରେ ଗିଲ ଦିନିକିଆରେ ନିଜର ପ୍ରଥମ ଶତକ ପୂରଣ କରିଥିଲେ। ଗିଲ ୯୭ ବଲ୍‌ରେ ୧୫ ଚୌକା ଏବଂ ଗୋଟିଏ ଛକା ସହାୟତାରେ ୧୩୦ ରନ ସଂଗ୍ରହ କରିଥିଲେ। ଜିମ୍ବାୱେରେ କୌଣସି ଭାରତୀୟ ବ୍ୟାଟ୍ସମ୍ୟାଙ୍କେ ଏହା ହେଉଛି ସର୍ବଶ୍ରେଷ୍ଠ ସ୍କୋର। ଜିମ୍ବାୱେ ପାଇଁ ବ୍ରାଡ ଇଭାନ୍ସ ୧୦ ଓଭରରେ ୫୪ ରନ ଦେଇ ୫ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri