Posted inଖେଳ

ରେକର୍ଡ ବର୍ଷା କଲେ ଶୁଭମନ ଗିଲ୍‌

ଇନ୍ଦୋର,୨୪।୯: ଇନ୍ଦୋରରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ଶୁଭମାନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ୯୨ ବଲରେ ଗିଲ ନିଜର ଶତକ ପୂରଣ କରିଥିଲେ। ତାଙ୍କ ଶତକରେ ୬ଟି ଚୌକା ଏବଂ ୪ ଟି ଛକା ସାମିଲ ଥିଲା। ଏହାପୂର୍ବରୁ ଗିଲ ମୋହାଲିରେ ଖେଳାଯାଇଥିବା ପ୍ରଥମ ଦିନିକିଆରେ ଭଲ ପ୍ରଦର୍ଶନ କରିଥିଲେ। ଆଜି ସେ ତାଙ୍କର ଦିନିକିଆ କ୍ୟାରିୟରର ଷଷ୍ଠ ଶତକ ସ୍କୋର କରିଥିଲେ। ଅଷ୍ଟ୍ରେଲିଆ ବିପକ୍ଷରେ ଏହା ତାଙ୍କର ପ୍ରଥମ ଶତକ ଥିଲା।
୩୫ ତମ ଦିନିକିଆର ୩୫ତମ ଇନିଂସରେ ଗିଲ ଷଷ୍ଠ ଶତକ ହାସଲ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଗିଲ ଦିନିକିଆରେ ୧୯୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଗିଲ ଦିନିକିଆର ୩୫ ଇନିଂସ ପରେ ସର୍ବାଧିକ ରନ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ ହୋଇଥିଲେ। ଏହି ଶତକ ସହିତ ଗିଲ ଚଳିତ ବର୍ଷ ଦିନିକିଆରେ ୧୨୦୦ ରନ ଅତିକ୍ରମ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ଏହା ଗିଲଙ୍କର ପ୍ରଥମ ଶତକ। ଏହାପୂର୍ବରୁ ସେ ନିକଟରେ ଖେଳାଯାଇଥିବା ଏସିଆ କପ ୨୦୨୩ରେ ବାଂଲାଦେଶ ବିପକ୍ଷରେ ଏକ ଶତକ ଖେଳିଥିଲେ।
ଗିଲ ଇନ୍ଦୋରରେ ଦୁଇ ଶତକ ସ୍କୋର କରିଥିବା ପ୍ରଥମ ଖେଳାଳି ହୋଇଥିଲେ। ସେ ଏହି ପ୍ରସଙ୍ଗରେ ସେହ୍ବାଗ, ଯୁବରାଜ, ରୋହିତ ଶର୍ମା ଏବଂ ଶ୍ରେୟାସ ଆୟରଙ୍କୁ ପଛରେ ପକାଇଥିଲେ। ସମସ୍ତ ଚାରିଜଣଙ୍କର ଗୋଟିଏ ଶତକ ଅଛତ।ଚଳିତ ବର୍ଷ ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁଭମନ ତାଙ୍କର ପ୍ରଥମ ଶତକ ସ୍କୋର କରିଥିଲେ।
ଚଳିତ ବର୍ଷ ଦିନିକିଆରେ ଶୁଭମନଙ୍କ ପଞ୍ଚମ ଶତକ। ସେ ଏକ କ୍ୟାଲେଣ୍ଡର ବର୍ଷରେ ପାଞ୍ଚ କିମ୍ବା ଅଧିକ ଦିନିକିଆ ଶତକ ହାସଲ କରିବାରେ ସପ୍ତମ ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଥିଲେ। ବିରାଟ କୋହଲି ଏହି ସର୍ବାଧିକ ଚାରିଥର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?