ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ ପରେ ପୁନର୍ୱାର ଏହି ନକ୍ଷତ୍ରକୁ ଫେରିବେ। ଏହା ପରେ ୫ ଡିସେମ୍ୱରରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ।

ବକ୍ରୀ ଶୁକ୍ର ଗ୍ରହ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବା ଫଳରେ ଅନେକ ରାଶିର ଲୋକଙ୍କ ଜୀବନ ଉପରେ ସକାରାତ୍ମକ ପ୍ରଭାବ ଦେଖିବାକୁ ମିଳିବ। ମେଷ, କନ୍ୟା, ତୁଳା, ବିଛା ଏବଂ ମକର ରାଶିର ବ୍ୟକ୍ତିବିଶେଷ ଶୁକ୍ର ଗୋଚରରୁ ଲାଭବାନ ହୋଇପାରିବେ। ଆସନ୍ତୁ ଏହି ରାଶିଗୁଡ଼ିକ ବିଷୟରେ ବିସ୍ତୃତ ଭାବରେ ଜାଣିବା।

ଶୁକ୍ର ଗ୍ରହଙ୍କ ଚିତ୍ରା ନକ୍ଷତ୍ରରେ ପ୍ରବେଶ ମେଷ ରାଶି ପାଇଁ ଶୁଭ ଫଳଦାୟୀ ପ୍ରମାଣିତ ହେବ। ଆପଣମାନଙ୍କୁ ଆର୍ଥିକ କ୍ଷେତ୍ରରେ ସଫଳତା ମିଳିପାରେ। ନୂତନ ଚାକିରିର ପ୍ରସ୍ତାବ ମିଳିପାରେ। ଅଟକି ରହିଥିବା କାର୍ଯ୍ୟଗୁଡ଼ିକରେ ଆପଣଙ୍କୁ ସଫଳତା ପ୍ରାପ୍ତ ହେବ।

ଆର୍ଥିକ ଦିଗରୁ କନ୍ୟା ରାଶି ପାଇଁ ସମୟ ବହୁତ ଭଲ ରହିବ। ଚାକିରିରେ ପଦୋନ୍ନତି ମିଳିପାରେ। ପରିଶ୍ରମର ସମ୍ପୂର୍ଣ୍ଣ ଫଳ ପ୍ରାପ୍ତ ହେବ। ଭାଗୀଦାରୀ (ପାର୍ଟନରସିପ) କାର୍ଯ୍ୟରେ ଲାଭ ମିଳିପାରେ।

ଶୁକ୍ର ଗ୍ରହ ତୁଳା ରାଶିର ଅଧିପତି ଗ୍ରହ ଅଟନ୍ତି। ତୁଳା ରାଶିର ଲୋକମାନଙ୍କୁ ଶୁକ୍ର ଗୋଚର ଯୋଗୁଁ ଉନ୍ନତି ମିଳିପାରେ। ଆପଣମାନଙ୍କୁ ଚାକିରି ଏବଂ ବ୍ୟବସାୟରେ ଲାଭ ହେବ। ଆୟର ନୂତନ ଉତ୍ସ ସୃଷ୍ଟି ହୋଇପାରେ। ନୂତନ ଡିଲ ଚୂଡ଼ାନ୍ତ ହେବା ଦ୍ୱାରା ଉତ୍ତମ ମୁନାଫା ମିଳିବ।

ଶୁକ୍ର ମଙ୍ଗଳଙ୍କ ନକ୍ଷତ୍ରରେ ପ୍ରବେଶ କରିବା ବିଛା ରାଶି ପାଇଁ ଲାଭଦାୟକ ହେବ। ଆପଣମାନଙ୍କୁ ଚାକିରି ବଦଳାଇବାର ସୁଯୋଗ ମିଳିପାରେ। ନୂତନ ଚାକିରିର ପ୍ରସ୍ତାବ ପାଇ ମନ ପ୍ରସନ୍ନ ରହିବ। ପରିଶ୍ରମର ପୂରା ଫଳ ମିଳିବ। ଜୀବନସାଥୀଙ୍କ ସହ ଲାଗିରହିଥିବା ତିକ୍ତତା ଦୂର ହେବ। ଅତ୍ୟଧିକ ଖର୍ଚ୍ଚରୁ ବର୍ତ୍ତିବା ନିହାତି ଜରୁରୀ।

ଶୁକ୍ର ଗ୍ରହଙ୍କ ନକ୍ଷତ୍ର ଗୋଚରରୁ ମକର ରାଶିର ବ୍ୟକ୍ତିବିଶେଷ ଉପକୃତ ହୋଇପାରିବେ। ଆପଣମାନଙ୍କୁ କାର୍ଯ୍ୟକ୍ଷେତ୍ରରେ ଉନ୍ନତି ମିଳିପାରେ। ପରିଶ୍ରମର ସଫଳତା ପ୍ରାପ୍ତ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ସମୟ ବହୁତ ଭଲ ରହିବ। ଏଥିରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଦୃଷ୍ଟିରୁ ସମୟ ଅଧିକ ଅନୁକୂଳ ରହିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ଦାବିରେ ଧାରଣା

ନୂଆପଡ଼ା,୧୮।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ…

ସରକାରଙ୍କ ବଡ଼ ନିଷ୍ପତ୍ତି; ଘୁଞ୍ଚିଲା ପଞ୍ଚାୟତ ନିର୍ବାଚନ, ବିଧାନସଭା ପରେ….

ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ପଞ୍ଚାୟତ ନିର୍ବାଚନ କରାଇବାର ସମୟସୀମାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି…

ରେଡ୍ ଜୋନ୍‌ରେ ଗଞ୍ଜାମ: ଅଫିସରଙ୍କ ହଜିଗଲାଣି ନିଦ, ଚିନ୍ତାରେ ଲୋକେ; ନିୟୋଜିତ ହେଲେ ୪୦ ଉଦ୍ଧାରକାରୀ ଦଳ…

ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ନେଇ ଗଞ୍ଜାମ ଜିଲାରେ ଆଶଙ୍କା ବଢ଼ିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି।…

ପ୍ଲେଇଂ ଇଲେଭେନ୍‌ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….

ନୂଆଦିଲ୍ଲୀ, ୧୮।୧୧: ଦୋହାରେ ନଭେମ୍ବର ୧୯ରୁ ଆରମ୍ଭ ହେବ ୨୦୨୬ ପୁରୁଷ ଇମର୍ଜିଂ ଏସିଆ କପ୍‌ । ଏହି ଟୁର୍ଣ୍ଣାମେଣ୍ଟରେ ଇଣ୍ଡିଆ-ଏ ପକ୍ଷରୁ ଖେଳିବେ ଭାରତୀୟ ଅଲରାଉଣ୍ଡର…

Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି…

ବାତ୍ୟା ଅକ୍ବାନ; ଉପକୂଳ ଅଞ୍ଚଳରେ ଆଲର୍ଟ ପ୍ରଶାସନ, ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଜାରି

ମହାକାଳପଡ଼ା,୧୮ା୧୧(ପ୍ରତାପ ଚନ୍ଦ୍ର ସ୍ୱାଇଁ): ବଙ୍ଗୋସାଗର ସୃଷ୍ଟି ବାତ୍ୟା ଅକ୍ବାନ ଓଡିଶା ମୁହାଁ ହେଉଛି । ଏହା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର କେତେକ…

ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ପ୍ରଥମ ମ୍ୟାଚ୍‌ରେ ମାଲେସିଆକୁ ଭେଟିବ ଭାରତ

ଭୋପାଳ,୧୮।୧୧: ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ସିଜନରେ ଚମତ୍କାର ଫର୍ମରେ ଥିବା ଭାରତୀୟ ଦଳ ଟୁର୍ନାମେଣ୍ଟ ଜିତିବା…

ବାତ୍ୟା ଅକ୍ବାନ: ଝିପିଝିପି ବର୍ଷା ଆରମ୍ଭ, ଦୁର୍ଗମ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର ଜାରି

ପାତ୍ରପୁର,୧୮ା୧୧(ଉମା ଚରଣ ନେପାକ): ସମ୍ଭାବ୍ୟ ବାତ୍ୟା ଅକ୍ବାନକୁ ନେଇ ପାତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଜୋରଦାର କରାଯାଇଛି । ପାହାଡ଼ିଆ ଓ ନଦୀ ଅବବାହିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?