ଶଟ୍‌ଡାଉନ୍‌ ପ୍ରଭାବରେ ରାସ୍ତାଘାଟ ଶୂନଶାନ: ସ୍ବାବ ନମୁନା ନେଗେଟିଭ୍‌ ଆସିବା ପରେ ଲୋକେ ଆଶ୍ୱସ୍ତ

ସଜନାଗଡ଼, ୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସଜନାଗଡ଼ ଏବଂ ଜଡ଼ିଦା ପଞ୍ଚାୟତରେ ଗୁରୁବାର ଉଭୟ ପଞ୍ଚାୟତର ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବରେ ରାସ୍ତାଘାଟ ଶୂନଶାନ୍‌ ହୋଇପଡିଛି। ନୀଳଗିରିରେ ରାଜ୍ୟର ପ୍ରଥମଥର ପାଇଁ ସ୍ଥାନୀୟ ବିଧାୟକ ଏବଂ ୪ଦିନ ଭିତରେ ସଜନାଗଡ଼ ଓ ଜଡ଼ିଦା ଆଦି ପଞ୍ଚାୟତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଛାୟା ଖେଳିଯାଇଛି। ନୀଳଗିରିରେ ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ବିଧାୟକଙ୍କ ସଂସ୍ପର୍ଶରେ ଆସିଥିବା ବହୁ ଲୋକ ଓ ପ୍ରବାସୀଙ୍କ ସଂସ୍ପର୍ଶରେ ଆସିଥିବା ପରିବାରବର୍ଗଙ୍କ ସ୍ବାବ ନମୁନା ଗତ ୭ ତାରିଖରେ ସଂଗ୍ରହ କରାଯାଇଥିଲା। ଗୁରୁବାର ଏସବୁ ସ୍ବାବ ନମୁନା ନେଗେଟିଭ୍‌ ଆସିବା ପରେ ନୀଳଗିରିରେ ଆତଙ୍କର ଛାୟା ଜନତାଙ୍କ ଉପରୁ ହଟିଯାଇଛି। ଗୋଟିଏପଟେ ଜୀବନ ଓ ଅନ୍ୟପଟେ ଜୀବିକାକୁ ନେଇ ନୀଳଗିରିର ଜନସାଧାରଣ ଓ ବିଧାୟକଙ୍କ ସଂସ୍ପର୍ଶରେ ଆସିଥିବା ନେଇ ଅନିଶ୍ଚିତତାକୁ ନେଇ ଗୋଷ୍ଠୀ ସଂକ୍ରମଣର ଯେଉଁ ଆତଙ୍କ ସୃଷ୍ଟି ହୋଇଥିଲା, ସେଥିରେ ରୋକ ଲାଗିଛି। ଅନ୍ୟପକ୍ଷରେ ନୀଳଗିରି ପୋଲିସ ଏହି ଦୁଇଟି ପଞ୍ଚାୟତରେ ପାଟ୍ରୋଲିଂ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ପ୍ରଶାସନର ନିଷ୍ପତ୍ତିକୁ ମାନି କେହି ବାହାରକୁ ଆସୁ ନ ଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri