ଚିତ୍ରଡ଼ା ପଞ୍ଚାୟତ ହେଲା ଶଟ୍‌ ଡାଉନ

ଚିତ୍ରଡ଼ା,୩ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତକୁ ସରପଞ୍ଚ ଦୁଲାରୀ ମାରାଣ୍ଡି ଆସନ୍ତା ୪୮ ଘଣ୍ଟା ପାଇଁ ଶଟ୍‌ ଡାଉନ ଘୋଷଣା କରିଛନ୍ତି। ପଞ୍ଚାୟତର ଜଣେ ଡ୍ରାଇଭର କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଥିବା ସରପଞ୍ଚ ସୂଚନା ଦେଇଛନ୍ତି। ତେବେ ଶଟ୍‌ ଡାଉନ ଯୋଗୁ ରାଖୀ ବ୍ୟବସାୟୀ ଏବଂ ମିଠା ଦୋକାନୀ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ଚିତ୍ରଡ଼ା ବଜାରରେ ରାଖୀ ଦୋକାନ ଖୋଲିବା ଲାଗି ସ୍ଥାନୀୟ ତହସିଲଦାର ୬ ଜଣଙ୍କୁ ଅନୁମତି ଦେଇଥିଲେ। ସେମାନେ ପ୍ରତ୍ୟେକ ୧୫ରୁ ୨୦ ହଜାର ଟଙ୍କା ଲେଖାଏଁ ରାଖୀ କିଣି ଦୋକାନ ଖୋଲିଥିଲେ। ହେଲେ ଶଟ୍‌ ଡାଉନ ଯୋଗୁ ସେମାନଙ୍କ ବେପାର ଠପ୍‌ ହୋଇପଡ଼ିଛି। ସେହିପରି ମିଠା ବ୍ୟବସାୟୀ ଜୟ କିଶୋର ସାହୁ ରାଖି ପୂର୍ଣ୍ଣମୀ ଲାଗି ୭୦ କେ.ଜି ଛେନା ଆଣି ମିଠା ତିଆରି କରିଥିଲେ। ଶଟ୍‌ ଡାଉନ ଯୋଗୁଁ ସମ୍ପୂର୍ଣ୍ଣ ଜିନିଷ ନଷ୍ଟ ହେବ ବୋଲି ସେ କହିଛନ୍ତି। ରବିବାର ସନ୍ଧ୍ୟାରେ ଶଟ୍‌ ଡାଉନ୍‌ ଲାଗି ପ୍ରଚାର କରାଯାଉଥିବା ବେଳେ ଦୋକାନୀମାନେ ପ୍ରଚାର ଗାଡ଼ିକୁ ଅଟକାଇ ଥିଲେ। ବ୍ୟବସାୟୀ ସଂଘ ସମ୍ପାଦକ ସୀମାନ୍ତ ବାରିକ ଦୋକାନ ଖୋଲା ରଖିବା ପାଇଁ ସରପଞ୍ଚଙ୍କୁ ଅନୁରୋଧ କରିଥିଲେ। ସୋମବାର ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଦୋକାନ ଖୋଲା ରହିବ ବୋଲି ସରପଞ୍ଚ ସୂଚନା ଦେଇଛନ୍ତି। ଏସମ୍ପର୍କରେ ବୁଦ୍ଧିଜୀବୀ ସନ୍ତୋଷ କୁମାର ବେହେରା କୁହନ୍ତି ଗହ୍ମାପୂର୍ଣ୍ଣିମା ଥିବାରୁ ପଞ୍ଚାୟତକୁ ଶଟ ଡାଉନ ଘୋଷଣା କରିବା ଅପେକ୍ଷା ଆକ୍ରାନ୍ତ ଚିହ୍ନଟ ହୋଇଥିବା ୱାର୍ଡକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଥିଲେ ଭଲ ହୋଇଥାନ୍ତା ।


Enter your email to get our daily news in your inbox.

All Right Reserved By Dharitri.Com

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍‌ଟେକ୍‌ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି

ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍‌ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?