୧୬ରୁ ପୁରୁଷୋତ୍ତମପୁର ସହର ଶଟ୍‌ଡାଉନ: ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ପୁରୁଷୋତ୍ତମପୁର, ୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ କରୋନା ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି। କେତେକ ଅମାନିଆ ଦୋକାନ ବଜାରରେ ସାମାଜିକ ଦୂରତ୍ୱ ରକ୍ଷା କରୁ ନ ଥିବା ଦେଖିବାକୁ ମିଳୁଛି। ତେଣୁ ଗୋଷ୍ଠୀ ସଂକ୍ରମଣକୁ ରୋକିବା ଲାଗି ପୁରୁଷୋତ୍ତମପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ମିଶ୍ର ଗୁରୁବାରଠାରୁ ୬ ଦିନ ଅର୍ଥାତ୍‌ ୧୬ରୁ ୨୧ ତାରିଖ ପର୍ଯ୍ୟନ୍ତ ସହରକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏ ନେଇ ସହରରେ ଡାକବାଜି ଯନ୍ତ୍ର ଯୋଗେ ପ୍ରଚାର ମଧ୍ୟ କରାଯାଇଛି। ଶଟ୍‌ଡାଉନ ସମୟରେ ଆଇନ ଉଲ୍ଲଂଘନ କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ସୂଚାଇ ଦିଆଯାଇଛି। ମାତ୍ର ଅତି ଜରୁରିକାଳୀନ ସେବାର ଆବଶ୍ୟକତାକୁ କୋହଳ କରାଯାଇଛି। ଜରୁରୀ କାର୍ଯ୍ୟ ନ ଥିଲେ ଘରୁ କେହି ନ ବାହାରିବା ଲାଗି ସତର୍କ କରାଯାଇଥିବା ନିର୍ବାହୀ ଅଧିକାରୀ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?