୨୦ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ, ଚେତାବନୀ ଦେଲା ୬୬୨ କଲେଜ ଅଧ୍ୟାପକ

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ୬୬୨ କଲେଜ ଅଧ୍ୟାପକ, କର୍ମଚାରୀ ସଂଘର ଦାବି ସମୂହକୁ ରାଜ୍ୟ ସରକାର ଅଣଦେଖା କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ବରଗଡ଼ ଜିଲା ବେସରକାରୀ ୬୬୨ କଲେଜ ବର୍ଗର ଅଧ୍ୟାପକ, କର୍ମଚାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବରଗଡ଼ ଗାନ୍ଧିଛକରୁ ଏକ ବିଶାଳ ଶୋଭାଯାତ୍ରାରେ ସଂଘର କର୍ମକର୍ତ୍ତା ଏବଂ ସଦସ୍ୟମାନେ ଜିଲାପାଳ ଅଫିସକୁ ଆସିଥିଲେ। ବରଗଡ଼ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ସ୍ମାରକପତ୍ର ଗ୍ରହଣ କରିଥିବା ବେଳେ ସେମାନଙ୍କ ଦାବି ସମୂହ ପୂରଣ ନ ହେଲେ ସେମାନେ ଆସନ୍ତା ୨୦ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଅଧ୍ୟାପକ, କର୍ମଚାରୀମାନେ ସ୍ମାରକପତ୍ରରେ ଚେତାବନୀ ଦେଇଛନ୍ତି।

ସୂଚନାନୁଯାୟୀ, ରାଜ୍ୟ ସରକାର ଗତ ଜାନୁୟାରୀ ମାସରୁ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟାପକ, କର୍ମଚାରୀଙ୍କ ଦରମା ବୃଦ୍ଧି କରିଛନ୍ତି। କିନ୍ତୁ ଏଥିରେ ୬୬୨ ବର୍ଗର ଅଧ୍ୟାପକ, କର୍ମଚାରୀଙ୍କୁ ବାଦ୍‌ ଦିଆଯାଇଛି। ସରକାରଙ୍କ ସେଭଳି ନିଷ୍ପତ୍ତିକୁ ବିରୋଧ କରି ରାଜଧାନୀରେ ଆନ୍ଦୋଳନ ଚାଲିଛି। ଆନ୍ଦୋଳନକୁ ଇତିମଧ୍ୟରେ ୧୫୦ ଦିନ ବିତିଯାଇଥିଲେ ସୁଦ୍ଧା ସରକାର କର୍ଣ୍ଣପାତ କରିନାହାନ୍ତି। ଅନ୍ୟପକ୍ଷରେ ସରକାର ସେହି ନିଷ୍ପତ୍ତିକୁ ପୁନର୍ବିଚାର କରିବା ସହିତ ସମାନ କାମକୁ ସମାନ ଦରମା ପ୍ରଦାନ କରା ନ ଗଲେ ଆସନ୍ତା ୨୭ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ସହିତ ଆଗକୁ ଆନ୍ଦୋଳନ ଆହୁରି ତୀବ୍ର ହେବ ଏବଂ ସେଥିପାଇଁ ରାଜ୍ୟ ସରକାର ହିଁ ଦାୟୀ ରହିବେ ବୋଲି ଚେତାବନୀ ଦେଇଛି ୬୬୨ କଲେଜ ଅଧ୍ୟାପକ, କର୍ମଚାରୀ ସଂଘ। ସଂଘର ସଭାପତି ଅଶୋକ ବେହେରା, ସୁଶାନ୍ତ ମିଶ୍ର ପ୍ରମୁଖଙ୍କ ନେତୃତ୍ୱରେ ସଂଘର ଶତାଧିକ ସଭ୍ୟ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ ଅଫିସକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri