Posted inଜାତୀୟ

ଦିଦିଙ୍କ ମଜା ଉଡାଇଲେ ଶୁଭେନ୍ଦୁ

କୋଲକତା,୮।୯:ପଶ୍ଚିମବଙ୍ଗରେ ହେବାକୁ ଥିବା ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ତୃଣମୂଳ କଂଗ୍ରେସ ଏବଂ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବନୀପୁରରୁ ଲଢିବେ। ସେ ବୁଧବାର ଠାରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବାକୁ ଯାଉଛନ୍ତି। ସବୁଠାରୁ ବଡ କଥା ହେଉଛି ମୁଖ୍ୟମନ୍ତ୍ରୀ ରହିବାକୁ ତାଙ୍କୁ ଏହି ନିର୍ବାଚନରେ ଜିତିବାକୁ ପଡିବ। ତେବେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ମମତାଙ୍କୁ ପରିହାସ କରି କହିଛନ୍ତି ଯେ, ଯଦି ଭାଜପା ମୋତେ ପୁଣି ନିର୍ବାଚନରେ ଛିଡା କରେ ତେବେ ତାଙ୍କ ସହ କ’ଣ ହେବ? ଦୁଇ ତିନି ଦିନ ମଧ୍ୟରେ ପଶ୍ଚିମବଙ୍ଗ ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରାଯିବ। ଉପ-ନିର୍ବାଚନରେ ମମତା ବାନାର୍ଜୀଙ୍କ ବିରୋଧରେ ଲଢିବା ପାଇଁ ବଙ୍ଗଳା ଭାଜପା ପକ୍ଷରୁ ୬ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ଏଠାରେ କଂଗ୍ରେସ ଆଗାମୀ ଭବନୀପୁର ଉପ-ନିର୍ବାଚନରେ ମମତାଙ୍କ ବିରୋଧରେ ପ୍ରାର୍ଥୀ ନ କରିବାକୁ ବିଚାର କରୁଛି।
ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୩୦ରେ ପଶ୍ଚିମବଙ୍ଗ-ଭବାନୀପୁର, ଜାଙ୍ଗିପୁର ଏବଂ ସମସରଗଞ୍ଜର ୩ଟି ବିଧାନସଭା ଆସନରେ ଉପ-ନିର୍ବାଚନ କରିବାକୁ ନିର୍ବାଚନ ଆୟୋଗ ଘୋଷଣା କରିଥିଲେ। ଭବାନୀପୁର ହେଉଛି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାରମ୍ପାରିକ ଆସନ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁର ବିଧାନସଭା ପାଇଁ ଦଳର ପ୍ରାର୍ଥୀ ବୋଲି ଟିଏମସି ରବିବାର ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ଏହା ବ୍ୟତୀତ ଟିଏମସି ନେତା ଜାକିର ହୁସେନ ଏବଂ ଆମିରୁଲ ଇସଲାମ ଯଥାକ୍ରମେ ଜାଙ୍ଗିପୁର ଏବଂ ସାମସରଗଞ୍ଜ ଆସନ ପାଇଁ ଦଳର ପ୍ରାର୍ଥୀ ହେବେ। ଗତ ନିର୍ବାଚନରେ ନନ୍ଦିଗ୍ରାମରେ ମମତା ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?