ଶୁଭ୍ରାଙ୍କୁ କୋଲକାତାରେ ମାରାଥନ ଜେରା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ୧୭ ହଜାର ୫୦୦ କୋଟିର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପ୍‌ର ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଥିଲା। ଏହାପରେ ସେଠାରେ ତାଙ୍କୁ ମାରାଥନ ଜେରା ଚାଲିଛି। ତେବେ ଶନିବାର ସିବିଆଇ ଶୁଭ୍ରାଙ୍କୁ ଭୁବନେଶ୍ୱର ଆଣିବାର ଥିଲେ ମଧ୍ୟ ସେଠାରେ ଜେରା ସରି ନ ଥିବାରୁ ରିମାଣ୍ଡ ଅନୁମତି ମିଳିନି। ଓଡ଼ିଶାଠାରୁ କୋଲକାତାରେ ରୋଜ୍‌ଭ୍ୟାଲି ଅଧିକ ଠକେଇ କରିଛି। ଜେରା ସରିବା ପରେ ସିବିଆଇ ରିମାଣ୍ଡରେ ଓଡ଼ିଶା ଆଣିବାକୁ ଅପେକ୍ଷା କରିଛି ସିବିଆଇ। କଟକ, ଭୁବନେଶ୍ୱର ଓ ପୁରୀର ଜମାକାରୀଙ୍କଠାରୁ ରୋଜ୍‌ଭ୍ୟାଲି ୫ଶହ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛି। ଏଥିସହ ସାରା ରାଜ୍ୟର ହଜାର ହଜାର ଜମାକାରୀ ଏହି ଠକେଇର ଶିକାର ହୋଇଛନ୍ତି। ଏ ସଂକ୍ରାନ୍ତରେ ଖୋଳତାଡ଼ କରିବା ସହ ଅଧିକ ତଥ୍ୟ ହାସଲ କରିବାକୁ ଲକ୍ଷ୍ୟ ରଖିଛି ସିବିଆଇ। ସୂଚନା ମୁତାବକ, ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପର ଚେୟାରମ୍ୟାନ ଗୌତମଙ୍କୁ ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅନୁଯାୟୀ ୨୦୧୫ରେ ସିବିଆଇର ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଥିଲା। ସେ ଏବେ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ସେହିଭଳି ଏହି ଠକେଇରେ ସମ୍ପୃକ୍ତ ଥିବା ଅଭିଯୋଗରେ ଚଳଚ୍ଚିତ୍ର ପ୍ରାଯୋଜକ ଶ୍ରକାନ୍ତ ମୋହତା ଓ ତୃଣମୂଳ କଂଗ୍ରେସ ଏମ୍‌ପି ସୁଦୀପ ବନ୍ଦୋପାଧ୍ୟାୟ ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri