ନ୍ୟାୟ ପାଇଁ ରାଜ୍ୟ ସରକାରଙ୍କୁ ନିବେଦନ କଲେ ଶ୍ୱେତାଙ୍କ ମା’

ଭୁବନେଶ୍ୱର,୨୩।୮(ବ୍ୟୁରୋ): ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳକୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣା ରହସ୍ୟ ସୃଷ୍ଟି କରିଛି। ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ତେବେ ଶ୍ୱେତାଙ୍କ ମୃତ୍ୟୁ ମାମଲାରେ ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ପୋଲିସ ସନ୍ଦେହ କରୁଥିବା ବେଳେ ତାଙ୍କ ପୁରୁଷବନ୍ଧୁ ସୌମ୍ୟଜିତ୍‌ ମହାପାତ୍ରଙ୍କୁ ଦାୟୀ କରିଛନ୍ତି
ଶ୍ୱେତାଙ୍କ ପରିବାର ଲୋକେ। ଏପରିକି ଶାରୀରିକ, ମାନସିକ, ଆର୍ଥିକ ନିର୍ଯାତନା ଦେଉଥିଲେ ବୋଲି ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ଶ୍ୱେତାଙ୍କ ମା’ ଏକ ଭିଡିଓ ଜାରି କରିଛନ୍ତି। ସେଥିରେ ସୌମ୍ୟଙ୍କ ପ୍ରତି ଉଚିତ୍‌ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ସେ ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି, ସୌମ୍ୟ ମୋ ଝିଅ ପ୍ରତି ବହୁତ ଅନ୍ୟାୟ କରିଛି। ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛି, ତାକୁ ଦଣ୍ଡ ଦିଆଯାଉ।
ଅନ୍ୟପଟେ, ଏହି ଘଟଣାରେ ପୋଲିସ ଆଉ ଏକ ତଥ୍ୟ ପାଇଛି। ଶ୍ୱେତା ମୃତ୍ୟୁ ପୂର୍ବରୁ ସୌମ୍ୟଜିତ୍‌ଙ୍କୁ ୧୫ ଥର କଲ କରିଥିଲେ। କିନ୍ତୁ ସୌମ୍ୟଜିତ୍‌ କଲ ରିସିଭ କରି ନଥିଲେ । ଖୁବ୍‌ଶୀଘ୍ର ପୁରୁଷବନ୍ଧୁ ସୌମ୍ୟଜିତ୍‌ଙ୍କୁ ପଚରାଉଚରା କରିବ ଚନ୍ଦ୍ରଶେଖରପୁର ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri