ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ ବିଭାଗର ଏସ୍‌ଆଇ ଛାୟାକାନ୍ତ ନାୟକ, ଏଏସ୍‌ଆଇ ପ୍ରଦୀପ ମଲ୍ଲିକଙ୍କୁ ଅବକାରୀ କମିଶନ ଚାକିରିରୁ ନିଲମ୍ବନ କରିଛନ୍ତି।

ଏନେଇ ରାଜନଗର ଥାନାରେ ଆହତ ବିନୋଦ ଲିଖିତ ଅଭିଯୋଗ କରିଥିଲେ। ଅପରପକ୍ଷରେ ବିନୋଦ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅଭିଯୋଗ କରିଥିଲେ।

ସୂଚନା ଥାଉକି, ରାଜନଗର ବାରଦିଆରେ ମେ’ ୨୮ରେ ବିନୋଦ ନାମକ ଜଣେ ଯୁବକ ସ୍ଥାନୀୟ ଅଞ୍ଚଳରେ ଚୋରାମଦ ବିକ୍ରି ହେଉଥିବା ଅଭିଯୋଗ କରିଥିଲେ। ଏହି ଘଟଣାରେ ଚଢ଼ାଉବେଳେ ବିନୋଦ ଉପସ୍ଥିତ ରହି ଫଟୋ ଉଠାଇବାରୁ ତାଙ୍କୁ ଅଧିକାରୀ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ପରେ ଏହି ଘଟଣାରେ ଦୁଇ ଅଧିକାରୀଙ୍କ ବଦଳି ହୋଇଥିଲା। ଏନେଇ ଅବକାରୀ ଅଧୀକ୍ଷକ ବିପ୍ରଚରଣ ମଣ୍ଡଳ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?