ଏସ୍‌ଆଇ ପରୀକ୍ଷା ଜାଲିଆତି: ଆସିଲା ରାଜନୈତିକ ଲିଙ୍କ୍‌

ଭୁବନେଶ୍ୱର,(ସତ୍ୟଜିତ ରାଉତ)/ବାଲେଶ୍ୱର, ୬ା୧୦ (ବାଞ୍ଛାନିଧି ଦେ): ବହୁଚର୍ଚ୍ଚିତ ପୋଲିସ ଏସ୍‌ଆଇ ପରୀକ୍ଷା ନିଯୁକ୍ତି ଜାଲିଆତି ଘଟଣାକୁ ନେଇ କ୍ରାଇମବ୍ରାଞ୍ଚ ଛାନଭିନ୍‌ ଚଳାଇଛି। ଏଥିରେ ବହୁ ବଡ଼ ଅଧିକାରୀ, ନେତା ଓ ପ୍ରଭାବଶାଳୀଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ଉଠୁଥିବାରୁ କ୍ରାଇମ୍‌ବ୍ରାଞ୍ଚ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ତେବେ ଏହି ମାମଲାରେ ବାଲେଶ୍ୱରରୁ ଷଷ୍ଠ ମଧ୍ୟସ୍ଥଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ଆଣିଛି। ସେ ହେଲେ ଚନ୍ଦନ ମଲ୍ଲିକ।

ବାଲେଶ୍ୱର ସଦର ବ୍ଲକ ଚାନ୍ଦିପୁର ଥାନା ରଣସାହି ପଞ୍ଚାୟତ ତପସ୍ବୀ ଗ୍ରାମସ୍ଥିତ ଘରୁ ଚନ୍ଦନଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ କାବୁ କରଛି। ତେବେ ତାଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ୍‌ ଜେରା କରି ପ୍ରମାଣ ସଂଗ୍ରହ କରିବାରେ ଲାଗିଛି। ଚନ୍ଦନଙ୍କୁ ପଚରାଉଚରା ବେଳେ ଘଟଣା ସହ ରାଜନୈତିକ ଲିଙ୍କ୍‌ର ସୁରାକ ମିଳିଥିବା ସୂଚନା ମିଳିଛି।

ରବିବାର ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ନାବରା ଗ୍ରାମର (ପଞ୍ଚମ ମଧ୍ୟସ୍ଥ) ଅରବିନ୍ଦ ଦାସଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ଗିରଫ କରିଥିବା ବେଳେ ତାଙ୍କଠାରୁ ଚନ୍ଦନଙ୍କ ଲିଙ୍କ୍‌ ମିଳିଥିଲା। ଚନ୍ଦନ ଜାଲିଆତିର ମାଷ୍ଟରମାଇଣ୍ଡ୍‌ କୁହାଯାଉଥିବା ପଞ୍ଚସଫ୍ଟ ସମେତ ବିଭିନ୍ନ ସଂସ୍ଥାର ମାଲିକ ଶଙ୍କର ପୃଷ୍ଟିଙ୍କର ଅନ୍ୟତମ ଘନିଷ୍ଠ ସହଯୋଗୀ ଥିଲେ ବୋଲି ସୂଚନା ମିଳିଛି।

ଚନ୍ଦନ ହେଉଛନ୍ତି ଏକ ରାଜନୈତିକ ଦଳର ଯୁବନେତା। ଏଥିସହ ସେ ନିଜକୁ ସମାଜସେବୀ ବୋଲି ପରିଚୟ ଦିଅନ୍ତି। ବାଲେଶ୍ୱର ରେମୁଣା ବିଧାନସଭା ନିର୍ବାଚନ ମଣ୍ଡଳୀରେ ତାଙ୍କର ରାଜନୈତିକ ପତିଆରା ରହିଛି। ନିର୍ଦ୍ଦିଷ୍ଠ ରାଜନୈତିକ ଦଳର ଆଗଧାଡିର ନେତାମାନଙ୍କ ସହ ଚନ୍ଦନଙ୍କ ଅନେକ ଫଟୋ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି, ଯାହାକୁ ନେଇ ଅଧିକ ଚର୍ଚ୍ଚା ଚାଲିଛି।

ସେପଟେ ଶଙ୍କର ଏବଂ ତାଙ୍କ ସହଯୋଗୀ କଟକ ବାଙ୍କୀର ମୁନା ମହାନ୍ତି ଫେରାର ଥିବା ବେଳେ କ୍ରାଇମବ୍ରାଞ୍ଚ ଏଯାଏ ଉଭୟଙ୍କ ପତ୍ତା ପାଇପାରିନାହିଁ। ଭୁବନେଶ୍ୱର ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁରସ୍ଥିତ ପ୍ଲଟ୍‌ ନଂ.୩୨୦/୩୫୯୦ରେ ଥିବା ଅନ୍‌ଲାଇନ ପରୀକ୍ଷା କେନ୍ଦ୍ର (ଶ୍ରୀ ଲିଙ୍ଗରାଜ ଇନ୍‌ଫୋସୋଲ୍‌)ରେ କ୍ରାଇମବ୍ରାଞ୍ଚ ଟିମ୍‌ ରବିବାର ଚଢ଼ାଉ କରିଥିଲା। ଆଗକୁ ଅନ୍‌ଲାଇନ୍‌ ପରୀକ୍ଷା କେନ୍ଦ୍ରଗୁଡିକରେ କ୍ରାଇମବ୍ରାଞ୍ଚ ଚଢ଼ାଉ କରିବ ବୋଲି ତାଲିକା ପ୍ରସ୍ତୁତ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଏହି ମାମଲାରେ ୧୧୪ ପରୀକ୍ଷାର୍ଥୀ ଓ ୫ଜଣ ମଧ୍ୟସ୍ଥଙ୍କ ସମେତ ୧୧୯ ଗିରଫ ହୋଇ ଜେଲ୍‌ରେ ଅଛନ୍ତି।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri