SI ପରୀକ୍ଷା ମହାଘୋଟାଲା: ମୋଷ୍ଟ ୱାଣ୍ଟେଡ୍‌ ଶଙ୍କର ପୃଷ୍ଟି ଲିଙ୍କ୍‌ରେ କ୍ରାଇମବ୍ରାଞ୍ଚ ରେଡ୍‌

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଜାଲିଆତି ଘଟଣା ସାମ୍ନାକୁ ଆସିବା ପରେ କ୍ରାଇମବ୍ରାଞ୍ଚ ଏକ ବଡ଼ ଧରଣର ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବରର ରଘୁନାଥପୁର ଅଞ୍ଚଳରେ ଥିବା ଏକ ପରୀକ୍ଷା କେନ୍ଦ୍ରରେ କ୍ରାଇମବ୍ରାଞ୍ଚ ଟିମ୍‌ ରେଡ୍‌ କରିଛି। ଏହି ଅଭିଯାନ ମୋଷ୍ଟ ୱାଣ୍ଟେଡ୍‌ ଶଙ୍କର ପୃଷ୍ଟିଙ୍କ ସମ୍ପୃକ୍ତିକୁ ନେଇ ଚାଲିଛି, ଯିଏ ଏହି ଘୋଟାଲାରେ ଫିକ୍ସିଂରେ ଜଡ଼ିତ ଥିବା ଅଭିଯୋଗ ରହିଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ରବୀନ୍ଦ୍ର ମଲ୍ଲିକଙ୍କ ନେତୃତ୍ୱରେ ଏହି ରେଡ୍‌ ଜାରି ରହିଛି। ସେ କହିଛନ୍ତି ଯେ ପରୀକ୍ଷା କେନ୍ଦ୍ର ଚାଲିଥିବା ଘରର ମାଲିକଙ୍କ ପରିଚୟ ଓ ସମ୍ପୃକ୍ତି ସମ୍ପର୍କରେ ଅନୁସନ୍ଧାନ ଚାଲିଛି।

ଏହି ମାମଲାରେ ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ (ଓପିଆର୍‌ବି) ପରୀକ୍ଷା ପରିଚାଳନାର ଦାୟିତ୍ୱ ଘରୋଇ ସଂସ୍ଥା ଆଇଟିଆଇକୁ ଦେଇଥିଲା, ଯିଏ ପୁଣି ଏହାକୁ ସିଲିକନ୍‌ ଟେକ୍‌ଲାବ୍‌ ପ୍ରାଇଭେଟ୍‌ ଲିମିଟେଡ୍‌କୁ ସବ୍‌ କଣ୍ଟ୍ରାକ୍ଟ ଦେଇଥିଲା। ଏହି ଘରୋଇ ସଂସ୍ଥାକୁ ପରୀକ୍ଷା ପରିଚାଳନାର ଦାୟିତ୍ୱ ଦେବା ପଛରେ କେଉଁ ଉଦ୍ଦେଶ୍ୟ ରହିଛି ଏବଂ ଓପିଆର୍‌ବିର କେଉଁ ଅଧିକାରୀଙ୍କ ସମ୍ପୃକ୍ତି ରହିଛି, ତାହା ଏବେ ଅନୁସନ୍ଧାନର ବିଷୟ ହୋଇଛି। ଓପିଆର୍‌ବି ଅଧ୍ୟକ୍ଷ ସୁଶାନ୍ତ କୁମାର ନାଥ ଶନିବାର ଏକ ଜରୁରୀ ବୈଠକ ଆହ୍ୱାନ କରିଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ, ଏହି ଘୋଟାଲାରେ ମଧ୍ୟସ୍ଥତା କରୁଥିବା ଅଭିଯୁକ୍ତ ବିଶ୍ୱରଞ୍ଜନ ବେହେରା (୨୯)ଙ୍କୁ କଟକ ବାରଙ୍ଗ ଥାନା ଅନ୍ତର୍ଗତ ବିଦ୍ୟାଧରପୁରରୁ ଗିରଫ କରାଯାଇଛି। ତାଙ୍କୁ ବ୍ରହ୍ମପୁର ଜେଏମ୍‌ଏଫ୍‌ସି (ରୁରାଲ୍‌) କୋର୍ଟରେ ହାଜର କରାଯାଇଥିଲା, ଯେଉଁଠାରେ ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ପଠାଇ ଦିଆଯାଇଛି। ବିଶ୍ୱରଞ୍ଜନ ଆଶାୟୀ ପ୍ରାର୍ଥୀଙ୍କ ସହ ନିୟମିତ ଯୋଗାଯୋଗରେ ଥିଲେ ଏବଂ ସେମାନଙ୍କଠାରୁ ଓରିଜିନାଲ୍‌ ଶିକ୍ଷାଗତ ପ୍ରମାଣପତ୍ର ଓ ବ୍ଲାଙ୍କ୍‌ ଚେକ୍‌ ସଂଗ୍ରହ କରିଥିବା ତଦନ୍ତରୁ ଜଣାପଡ଼ିଛି। ଏହି ମାମଲାରେ ଗିରଫଦାରି ସଂଖ୍ୟା ଏବେ ୧୧୮ରେ ପହଞ୍ଚିଛି।

ଏହି ଘୋଟାଲାକୁ ନେଇ ବିରୋଧୀ ଦଳଗୁଡ଼ିକ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଏହା ଏକ ଗମ୍ଭୀର ଘଟଣା ବୋଲି କହି ସେମାନେ ତଦନ୍ତରେ ଅଧିକ ସ୍ୱଚ୍ଛତା ଓ ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏହି ମାମଲାରେ ଆଗକୁ ଆହୁରି କେତେକ ବଡ଼ ଖୁଲାସା ହୋଇପାରେ ବୋଲି କ୍ରାଇମବ୍ରାଞ୍ଚ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri