ବହୁଚର୍ଚ୍ଚିତ ଏସ୍‌ଆଇ ପରୀକ୍ଷା ଜାଲିଆତି, ୩୦୦ ପଦବୀ ପାଇଁ ଡିଲ୍‌ ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୦(ସତ୍ୟଜିତ ରାଉତ):ବହୁଚର୍ଚ୍ଚିତ ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବାବେଳେ ଦିନକୁଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ଜାଲିଆତିରେ ୩୦୦ ଏସ୍‌ଆଇ ପଦବୀ ଡିଲ୍‌ ହୋଇଥିଲା ବୋଲି ବିଶ୍ୱସ୍ତସୂତ୍ରରୁ ସୂଚନା ମିଳିଛି। ଦୁଇ ଜଣ ମଧ୍ୟସ୍ଥ ଓ ୧୧୪ ପରୀକ୍ଷାର୍ଥୀ ବସ୍‌ରେ ଯାଉଥିବାବେଳେ ବ୍ରହ୍ମପୁର ପୋଲିସ ଦ୍ୱାରା ଗିରଫ ହୋଇଥିଲେ। ତେବେ ପ୍ରଶ୍ନପତ୍ର ପାଇବାକୁ ଟ୍ରେନ୍‌ରେ ମଧ୍ୟ ଅନ୍ୟ ୧୮୬ଜଣ ଆଶାୟୀ ସମାନ ସ୍ଥାନକୁ ମଧ୍ୟସ୍ଥଙ୍କ ଜରିଆରେ ଯାଉଥିଲେ ବୋଲି କ୍ରାଇମବ୍ରାଞ୍ଚ ଜାଣିବାକୁ ପାଇଛି। ଏପରିକି ପରୀକ୍ଷାର୍ଥୀମାନଙ୍କ ଅସଲ ସାର୍ଟିଫିକେଟ ମଧ୍ୟସ୍ଥଙ୍କ ପାଖରେ ରହିଯାଇଥିବା ଜଣାପଡ଼ିଛି। ଏପଟେ ୧୧୪ ଜଣ ଗିରଫ ହେବା ଖବର ପଦାକୁ ଆସିବା ପରେ ଅନ୍ୟ ୧୮୬ ଜଣ ଆଶାୟୀ ଫେରାର ହୋଇଯାଇଥିଲେ। ସେମାନେ କିଏ କିଏ ଥିଲେ ସେନେଇ କ୍ରାଇମବ୍ରାଞ୍ଚ ତଥ୍ୟ ହାସଲ କରିବାରେ ଲାଗିପଡ଼ିଛି ବୋଲି ଜଣେ କର୍ମଚାରୀ ନାମ ଗୋପନ ରଖିବା ସର୍ତ୍ତରେ ସୂଚନା ଦେଇଛନ୍ତି।
ଅପରପକ୍ଷରେ ଏହି ଘଟଣାରେ ମାଷ୍ଟରମାଇଣ୍ଡ (ମୁଖ୍ୟ ଅଭିଯୁକ୍ତ) କୁହାଯାଉଥିବା ପଞ୍ଚସଫ୍ଟ ସଂସ୍ଥା ମାଲିକ ଶଙ୍କର ପୃଷ୍ଟି ଫେରାର ହୋଇଯାଇଥିବାବେଳେ କ୍ରାଇମବ୍ରାଞ୍ଚ ପକ୍ଷରୁ ଏକାଧିକ ଟିମ୍‌ ତାଙ୍କୁ ଧରିବାକୁ ଖୋଜାଖୋଜି ଚଳାଇଛନ୍ତି। ତେବେ ଶଙ୍କର ତାଙ୍କ ପତ୍ନୀ ଦିପ୍ତୀମୟୀ ସାହୁଙ୍କୁ ଧରି ଦୁବାଇ ଫେରାର ହୋଇଯାଇଥିବା ଶୁଣିବାକୁ ମିଳୁଛି। ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ୱାରା ପରିଚାଳିତ ହେବାକୁ ଥିବା ଏହି ପରୀକ୍ଷାକୁ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସଂସ୍ଥା ଆଇଟିଆଇକୁ ଦିଆଯାଇଥିଲା। ଆଇଟିଆଇ ଏହାକୁ ସିଲିକନ୍‌ ଟେକ୍‌ଲାବ୍‌ ପ୍ରାଇଭେଟ୍‌ ଲିମିଟେଡ୍‌କୁ ସବ୍‌ କଣ୍ଟ୍ରାକ୍ଟ ଦେଇଥିଲା। ସିଲିକନ୍‌ ଏହି କାମକୁ ପଞ୍ଚସଫ୍ଟକୁ ଦେଇଥିଲା। ଏନେଇ ଓପିଆର୍‌ବି ଅବଗତ ଥିଲା ବୋଲି ଜଣାପଡିଛି। ତେଣୁ ଏଥିରେ ଓପିଆର୍‌ବିର କେଉଁ ଅଧିକାରୀଙ୍କ ସମ୍ପୃକ୍ତି ରହିଛି, ତାକୁ ନେଇ ଏବେ ସନ୍ଦେହ ବଢ଼ିବାରେ ଲାଗିଥିବାବେଳେ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବ କି ନାହିଁ ଚର୍ଚ୍ଚା ହେଉଛି।

Dharitri – Odisha’s No.1 Trusted Odia Daily

 

 

 


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri