Posted inଜାତୀୟ

ଏସ୍‌ଆଇ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲା: ଭାଜପା ନେତା ଗିରଫ

ଗୁଆହାଟୀ, ୧।୧୦: ଆସାମରେ ପୋଲିସ ବିଭାଗ ପକ୍ଷରୁ କରାଯାଇଥିବା ଏସ୍‌ଆଇ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ହୋଇଥିଲା। ଏଥିରେ ଭାଜପା ନେତା ଦିବାନ ଡେକାଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ପ୍ରମାଣିତ ହେବାପରେ ତାଙ୍କୁ ଗିରଫ କରାଯାଇଛି। ଦିବାନ ଫେରାର ହୋଇଯାଇଥିଲେ। ତାଙ୍କୁ ଧରାଇଦେଲେ ଏକ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ବୋଲି ଆସାମ ପୋଲିସ ପକ୍ଷରୁ ଘୋଷଣା କରାଯାଇଥିଲା। ରାଜ୍ୟର ଖାଲିଥିବା ୫୮୭ ଏସ୍‌ଆଇ ପଦବୀ ପାଇଁ ପରୀକ୍ଷା ହେବାର ଥିଲା। ତେବେ ସୋସିଆଲ ମିଡ଼ିଆରେ ଏହାର ପ୍ରଶ୍ନପତ୍ର ଲିକ୍‌ ହୋଇଥିଲା। ତେଣୁ ସେପ୍ଟମ୍ବର ୨୦ରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ଏହି ମାମଳାରେ ବର୍ତ୍ତମାନ ସୁଦ୍ଧା ଆସାମ ପୋଲିସ ୨୦ ଜଣଙ୍କୁ ଗିରଫ କରିସାରିଛି। ତେବେ ପ୍ରଶ୍ନପତ୍ର ଲିକ୍‌ ଘଟଣାର ମାଷ୍ଟର ମାଇଣ୍ଡ୍‌ ଥିବା ଡେକା ଫେରାର ହୋଇଯାଇଥିଲେ। ପୋଲିସ ବିଭାଗ ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଥିଲା। ସୂଚନାଯୋଗ୍ୟ, ଏସ୍‌ଆଇ ପାଇଁ ରାଜ୍ୟର ୧୫୪ ପରୀକ୍ଷା କେନ୍ଦ୍ରରେ ୬୦ ହଜାରରୁ ଅଧିକ ଚାକିରି ଆଶାୟୀ ପରୀକ୍ଷା ଦେଇଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri