ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତ

ଫୁଲବାଣୀ, ୧ା୧୦(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଡାଙ୍ଗଣାମୁ ଘାଟି ରାସ୍ତାରୁ ଗତ ୨୬ ତାରିଖରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା ବେହେରାପଡା ଗ୍ରାମର ଜ୍ୟେଷ୍ଠ ବଣ୍ଡକିଙ୍କ ମୃତଦେହ ଜବତ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।

ଏହି ଘଟଣାରେ ଜଣେ ଟ୍ରେନି ସବ୍‌ଇନ୍ସପେକ୍ଟର(ଏସ୍‌ଆଇ) ଅଜିତ ବେହେରା ଓ ଜଣେ ହାବିଲଦାର ରାମଚନ୍ଦ୍ର ନାୟକଙ୍କୁ ନିଲମ୍ବିତ କରାଯାଇଛି । ୩ଜଣ ହୋମଗାର୍ଡଙ୍କୁ କାର୍ଯ୍ୟରୁ ଅନ୍ତର କରାଯାଇଛି। ସେମାନେ ହେଲେ ଅଭିରାମ ମହାନନ୍ଦ, ଜଗବନ୍ଧୁ କହଁର ଓ ରତ୍ନାକର ନାୟକ। ଘଟଣାର ତଦନ୍ତ ପ୍ରକ୍ରିୟାରେ ବାଧା ଉପୁଜାଇବା ସମ୍ଭାବନା ଥିବାରୁ ସେମାନଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ହୋଇଥିବା ଅତିରିକ୍ତ ଏସ୍‌ପି ବଳଭଦ୍ର ଦୀପ କହିଛନ୍ତି ।

ଏ ସମ୍ପର୍କରେ ଅତିରିକ୍ତ ଏସ୍‌ପି ଦୀପ କହିଛନ୍ତି ଯେ, ଏହି ମାମଲାର ତଦନ୍ତ ପ୍ରକ୍ରିୟା ଏଯାଏ ଶେଷ ହୋଇନାହିଁ। ଜ୍ୟେଷ୍ଠଙ୍କ ସହ ଆସିଥିବା ଦାଶରଥିଙ୍କୁ ପଚରାଉଚରା ସରିନାହିଁ । କେବଳ ଜ୍ୟେଷ୍ଠଙ୍କ ବ୍ୟବଚ୍ଛେଦ ରିପୋର୍ଟ ହସ୍ତଗତ ହୋଇଛି । ଭିସେରା ରିପୋର୍ଟ ଆସିନାହିଁ  । ଘଟଣାରେ ପୋଲିସ ସମ୍ପୃକ୍ତି ନେଇ ଅଭିଯୋଗ ଥିବାରୁ ତଦନ୍ତ ଯେପରି ହେବାକଥା ସେପରି ଚାଲିଛି। ଘଟଣାରେ ଯାହାର ସମ୍ପୃକ୍ତି ଆସିବ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାକୁ ଜିଲା ପୋଲିସ ମଧ୍ୟ ଗୁରୁତର ସହ ନେଇଛି। ଜ୍ୟେଷ୍ଠଙ୍କ ମୃତ୍ୟୁ ସ୍ବାଭାବିକ ନା ତାଙ୍କୁ ହତ୍ୟା କରାଯାଇଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ବୋଲି ଏସ୍‌ପି ଦୀପ ସୂଚନା ଦେଇଛନ୍ତି।

ଜ୍ୟେଷ୍ଠ ତାଙ୍କର ଜଣେ ସହଯୋଗୀ ମାର୍ଡୋଲ ଗ୍ରାମର ଦାଶରଥି ଦିଗାଲଙ୍କ ସହ ଗତ ୨୬ ତାରିଖ ସକାଳ ୭ଟାରେ ଗୋଚ୍ଛାପଡା ଆସିଥିଲେ ା ଦିନ ପ୍ରାୟ ସାଢ଼େ ୧୨ଟାରେ ତାଙ୍କ ସ୍ତ୍ରୀ ସୁମନ୍ତି ବଣ୍ଡକି ଫୋନ କରିବାରୁ ମୋତେ ପୋଲିସ ଧରିଛି ବୋଲି କହି ଜ୍ୟେଷ୍ଠ ଫୋନ କାଟି ଦେଇଥିଲେ। ତାଙ୍କ ସମ୍ପର୍କୀୟମାନେ ଗୋଚ୍ଛାପଡା ଥାନାକୁ ପଚାରିବାରୁ ସେମାନେ କାହାରିକୁ ଗିରଫ କରି ନ ଥିବା କହିଥିଲେ। ସନ୍ଧ୍ୟାରେ ଥାନାକୁ ଯିବାରୁ ଗାଡି ଜବତ କରିଥିବା ପୋଲିସ କହିଥିଲା। ଦାଶରଥିଙ୍କୁ ଧରି ପୋଲିସ ଅଟକାଇଥିବା ସ୍ଥାନକୁ ଯାଇ ଖୋଜାଖୋଜି କରିବାରୁ ଜ୍ୟେଷ୍ଠଙ୍କ ମୃତଦେହ ମିଳିଥିଲା।

ସ୍ତ୍ରୀ ସୁମନ୍ତି ପୋଲିସ ତାଙ୍କ ସ୍ବାମୀଙ୍କୁ ମାରି ଦେଇଥିବା ନେଇ ଅଭିଯୋଗ ଆଣି ଗୋଚ୍ଛାପଡା ଥାନାରେ ଏତଲା ଦେଇଥିଲେ । ଘଟଣାରେ ପୋଲିସର ସମ୍ପୃକ୍ତି ଆସିବାରୁ ସଦର ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ, ଅତିରିକ୍ତ ଏସ୍‌ପି ଦୀପ, ଡିଏସ୍‌ପି କମଳ ପଣ୍ଡା ଏହାର ତଦନ୍ତ ଆରମ୍ଭ କରିଥିଲେ । ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ର ମଧ୍ୟ ଘଟଣାର ଅନୁଧ୍ୟାନ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri