ଏସ୍‌ଆଇ ନିଯୁକ୍ତି ବିଜ୍ଞପ୍ତି ଉପରେ ରହିତାଦେଶ

କଟକ ଅଫିସ,୧୧ା୨: ଓଡ଼ିଶା ପୋଲିସ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ନେଇ ୨୦୨୧ ଜୁନ୍‌ ୨୨ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅଦାଲତଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇପାରିବ ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଶୁକ୍ରବାର ମାମଲାର ଶୁଣାଣି କରି ନିଯୁକ୍ତି କ୍ଷେତ୍ରରେ ସର୍ବାଧିକ ବୟସ ସୀମା ବୃଦ୍ଧି ସମ୍ପର୍କିତ ୨୦୨୨ ଜାନୁୟାରୀ ୧୫ତାରିଖର ବିଜ୍ଞପ୍ତିକୁ କାହିଁକି ରଦ୍ଦ କରା ନ ଯିବ, ସେନେଇ ଜବାବ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୯ ତାରିଖକୁ ଧାର୍ଯ୍ୟ କରାଯାଇଛି। ମାମଲାର ବିବରଣୀ ଅନୁଯାୟୀ, କୋଭିଡ୍‌ ଯୋଗୁ ୨୦୨୧, ୨୦୨୨, ୨୦୨୩ରେ ହୋଇପାରି ନ ଥିବା ନିଯୁକ୍ତି ପରୀକ୍ଷା ନିମନ୍ତେ ସରକାର ସର୍ବାଧିକ ବୟସ ସୀମା ୩୨କୁ ବଢ଼ାଇଥିଲେ। ପୁଣି ୧୫।୧।୨୦୨୨ରେ ଆଉ ଏକ ବିଜ୍ଞପ୍ତି ପ୍ରକାଶ କରି କହିଲେ ଯେଉଁ ଆବେଦନକାରଙ୍କ ନିମନ୍ତେ ନିଯୁକ୍ତି ବିଜ୍ଞପ୍ତି ବାହାରିଥିବ ଓ ଆବେଦନର ଶେଷ ତାରିଖ ଥିବ ସେହିମାନଙ୍କ କ୍ଷେତ୍ରରେ ବର୍ଦ୍ଧିତ ସର୍ବାଧିକ ବୟସ ସୀମା ଲାଗୁ ହେବ। ହେଲେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୋଲିସ ଏସ୍‌ଆଇ ନିଯୁକ୍ତି ନିମନ୍ତେ ୨୦୨୧ ଜୁନ୍‌ ୨୨ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଆବେଦନର ପରୀକ୍ଷା ଏଯାଏ ହୋଇ ନ ଥିବାରୁ ଏହି ବର୍ଦ୍ଧିତ ସର୍ବାଧିକ ବୟସ ସୀମା ନିୟମ ଆବେଦନକାରୀଙ୍କ ପାଇଁ କାହିଁକି ଲାଗୁ କରାନଯିବ ବୋଲି ଆବେଦନରେ ଦର୍ଶାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିପ୍ଲବ ବାହାଲି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri