ଏସ୍‌ଆଇ ନିଯୁକ୍ତି ବିଜ୍ଞପ୍ତି ଉପରେ ରହିତାଦେଶ

କଟକ ଅଫିସ,୧୧ା୨: ଓଡ଼ିଶା ପୋଲିସ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ନେଇ ୨୦୨୧ ଜୁନ୍‌ ୨୨ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅଦାଲତଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇପାରିବ ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଶୁକ୍ରବାର ମାମଲାର ଶୁଣାଣି କରି ନିଯୁକ୍ତି କ୍ଷେତ୍ରରେ ସର୍ବାଧିକ ବୟସ ସୀମା ବୃଦ୍ଧି ସମ୍ପର୍କିତ ୨୦୨୨ ଜାନୁୟାରୀ ୧୫ତାରିଖର ବିଜ୍ଞପ୍ତିକୁ କାହିଁକି ରଦ୍ଦ କରା ନ ଯିବ, ସେନେଇ ଜବାବ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୯ ତାରିଖକୁ ଧାର୍ଯ୍ୟ କରାଯାଇଛି। ମାମଲାର ବିବରଣୀ ଅନୁଯାୟୀ, କୋଭିଡ୍‌ ଯୋଗୁ ୨୦୨୧, ୨୦୨୨, ୨୦୨୩ରେ ହୋଇପାରି ନ ଥିବା ନିଯୁକ୍ତି ପରୀକ୍ଷା ନିମନ୍ତେ ସରକାର ସର୍ବାଧିକ ବୟସ ସୀମା ୩୨କୁ ବଢ଼ାଇଥିଲେ। ପୁଣି ୧୫।୧।୨୦୨୨ରେ ଆଉ ଏକ ବିଜ୍ଞପ୍ତି ପ୍ରକାଶ କରି କହିଲେ ଯେଉଁ ଆବେଦନକାରଙ୍କ ନିମନ୍ତେ ନିଯୁକ୍ତି ବିଜ୍ଞପ୍ତି ବାହାରିଥିବ ଓ ଆବେଦନର ଶେଷ ତାରିଖ ଥିବ ସେହିମାନଙ୍କ କ୍ଷେତ୍ରରେ ବର୍ଦ୍ଧିତ ସର୍ବାଧିକ ବୟସ ସୀମା ଲାଗୁ ହେବ। ହେଲେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୋଲିସ ଏସ୍‌ଆଇ ନିଯୁକ୍ତି ନିମନ୍ତେ ୨୦୨୧ ଜୁନ୍‌ ୨୨ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଆବେଦନର ପରୀକ୍ଷା ଏଯାଏ ହୋଇ ନ ଥିବାରୁ ଏହି ବର୍ଦ୍ଧିତ ସର୍ବାଧିକ ବୟସ ସୀମା ନିୟମ ଆବେଦନକାରୀଙ୍କ ପାଇଁ କାହିଁକି ଲାଗୁ କରାନଯିବ ବୋଲି ଆବେଦନରେ ଦର୍ଶାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିପ୍ଲବ ବାହାଲି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri