SI ନିଯୁକ୍ତି ଘୋଟାଲା: କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ହାଜର ହେଲେ‘ବଣିକ’ର ୩ ଅଧିକାରୀ

ଭୁବନେଶ୍ୱର,୧୦।୧୦: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ପ୍ରକ୍ରିୟାରେ ଘୋଟାଲା ଅଭିଯୋଗକୁ ନେଇ କ୍ରାଇମବ୍ରାଞ୍ଚ ଭୁବନେଶ୍ୱର ସିଆରପି ଛକସ୍ଥିତ ‘ବଣିକ’ କୋଚିଂ ସେଣ୍ଟର ଉପରେ ଚଢ଼ାଉ କରିଥିଲା। ତେବେ ଶୁକ୍ରବାର କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ‘ବଣିକ’ର ୩ ଅଧିକାରୀ ହାଜର ହୋଇଥିବା ସୂଚନା ମିଳିଛି। ୩ ଜଣଙ୍କୁ ହାଜର ହେବାକୁ ନୋଟିସ କ୍ରାଇମବ୍ରାଞ୍ଚ ନୋଟିସ କରିଥିଲା। ପୋଲିସ SI ନିଯୁକ୍ତି ଘୋଟାଲାରେ ‘ବଣିକ’ର ଲିଙ୍କ ନେଇ ତନାଘନା ଚାଲିଛି। ଏହି ଘୋଟାଲାରେ ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗ ସାମ୍ନାକୁ ଆସିଥିବା ବେଳେ, କ୍ରାଇମବ୍ରାଞ୍ଚ ଡିଏନରେନ୍ଦ୍ର ବେହେରା ସୂଚନା ଦେଇଛନ୍ତି ଯେ, ଗିରଫ ହୋଇଥିବା ୧୧୪ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କିଛି ପରୀକ୍ଷାର୍ଥୀ ‘ବଣିକ’ କୋଚିଂ ସେଣ୍ଟରରୁ ପଠାଯାଇଥିବା ଜଣାପଡ଼ିଛି। ଗତକାଲି କ୍ରାଇମବ୍ରାଞ୍ଚ ଅଧିକାରୀମାନେ ‘ବଣିକ’ର ଗତ ୫ ବର୍ଷର ରେକର୍ଡ ଯାଞ୍ଚ କରିଥିଲେ ଏବଂ ଏହି ଘୋଟାଲାରେ ସେଣ୍ଟରର ଭୂମିକା ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରିବାକୁ ଚେଷ୍ଟା କରିଥିଲେ।

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri