SI ନିଯୁକ୍ତି ଘୋଟାଲା ଲିଙ୍କ୍‌: ‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍‌

ଭୁବନେଶ୍ୱର,୯।୧୦: ପୋଲିସ ଏସଆଇ ନିଯୁକ୍ତି ଘୋଟାଲା ଅଭିଯୋଗକୁ ନେଇ କ୍ରାଇମବ୍ରାଞ୍ଚ ଭୁବନେଶ୍ୱର ସିଆର୍‌ପି ଛକସ୍ଥିତ ‘ବଣିକ’ କୋଚିଂ ସେଣ୍ଟର ଉପରେ ଚଢ଼ାଉ କରିଛି। ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଏହି ରେଡ୍‌ କରାଯାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ପଞ୍ଚସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟିଙ୍କର ‘ବଣିକ’ ମାଲିକଙ୍କ ସହ ସମ୍ପର୍କ ଥିବା ସୂଚନା ମିଳିଛି। ବିଜୟନଗର ଯାଉଥିବା କିଛି ପରୀକ୍ଷାର୍ଥୀ ‘ବଣିକ’ କୋଚିଂରେ ପଢ଼ୁଥିବା ଜଣାପଡ଼ିଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ‘ବଣିକ’ର ଗତ ୫ ବର୍ଷର ରେକର୍ଡ ଯାଞ୍ଚ କରୁଛନ୍ତି।

ଏହି ଘୋଟାଲା ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ ପାଇଁ କ୍ରାଇମବ୍ରାଞ୍ଚର ଅନୁସନ୍ଧାନ ଜାରି ରହିଛି।

Dharitri – Odisha’s No.1 Trusted Odia Daily

Share