ମହିଳାଙ୍କୁ ପ୍ରତାରଣା: ଜେଲ ଗଲେ ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୨୭ା୧: ଖାକିରେ ଲାଗିଲା କଳଙ୍କ। ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ରହୁଥିବା ଜଣେ ମହିଳାଙ୍କୁ ପ୍ରେମ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଏସ୍‌ଆଇଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭୂଷଣ୍ଡପୁର ଅଞ୍ଚଳର ଟାଙ୍ଗୀ ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାଗୀରଥି ଦାଶ। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ବୋଲି ତଦନ୍ତ ଅଧିକାରୀ ସଦର ଏସ୍‌ଡିପିଓ ସୁଶୀଲ ମିଶ୍ର କହିଛନ୍ତି।
ସୂଚନା ମୁତାବକ, କୋଭିଡ୍‌ ସମୟରେ ଟ୍ରେନିଂ ପିରିୟଡରେ ଭାଗୀରଥି ଟାଙ୍ଗୀ ଥାନାରେ ଯୋଗଦେଇଥିଲେ। ଏହି ସମୟରେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମରେ ତାଙ୍କ ପିଲାଦିନର ସାଙ୍ଗ ତଥା ସମ୍ପୃୃକ୍ତ ମହିଳାଙ୍କ ସହ ଦେଖା ହୋଇଥିଲା। ମହିଳାଙ୍କ ୬ବର୍ଷର ପୁଅ ରହିଥିବା ବେଳେ ସ୍ବାମୀ ବାହାର ରାଜ୍ୟରେ କାମ କରୁଛନ୍ତି। ପରେ ମୋବାଇଲ ଚାଟିଂରୁ ଏସ୍‌ଆଇ ଭାଗୀରଥି ଓ ସମ୍ପୃକ୍ତ ମହିଳାଙ୍କ ମଧ୍ୟରେ ସମ୍ପର୍କ ଗଢ଼ି ଉଠିଥିଲା। ଏସ୍‌ଆଇ ବିବାହର ପ୍ରତିଶ୍ରୁତି ଦେଇ ସମ୍ପୃକ୍ତ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ମହିଳାଜଣକ ଗର୍ଭବତୀ ହେବା ନେଇ ଜଣାପଡ଼ିବା ପରେ ଏସ୍‌ଆଇ ତାଙ୍କୁ ବିବାହ କରିବା ପାଇଁ ମନା କରିଦେଇଥିଲେ। ଏହା ସହ ଗର୍ଭ ନଷ୍ଟ କରିବାକୁ ସମ୍ପୃକ୍ତ ମହିଳାଙ୍କୁ ଧମକ ଦେଉଥିଲେ। ଏ ନେଇ ସମ୍ପୃକ୍ତ ମହିଳାଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୧୯/୨୧) ରୁଜୁକରି ଏସ୍‌ଆଇ ଭାଗୀରଥିଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?