ଆରଡ଼ିରେ ଶିବ ବିବାହ: ଶୋଭାଯାତ୍ରାରେ ବାହାରିଲା ବରଧରା

ଆରଡ଼ି,୪।୬,(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଶନିବାର ମଧ୍ୟରାତ୍ରରେ ଲୋକାଚାରରେ ଦେବଦେବ ମହାଦେବ ଶୈଳସୁତା ମାତା ପାର୍ବତୀଙ୍କୁ ବିବାହ କରିବେ । ଏହି ଉପଲକ୍ଷେ ପୂର୍ବାହ୍ନ ୧୧ଟାରେ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କନ୍ୟାପିତା ଚନ୍ଦ୍ରମଣି ପାଢୀଙ୍କ ଘରୁ ବରଧରା ବାହାରି ବଜାର ପରିକ୍ରମା କରି ବରପିତା ଦୁଷ୍ମନ୍ତ ପାଢୀଙ୍କ ଘରେ ପହଞ୍ଚିଥିଲା । ଷଣ୍ଢ ଲଢେଇ, ଘୋଡାନାଚ, ଦୁଲ୍‌ଦୁଲି ବାଦ୍ୟ, ଢୋଲ, ଯୋଡି ମହୁରୀ ଆଦି ବାଦ୍ୟରେ ଆରଡ଼ି ପ୍ରକମ୍ପିତ ହୋଇଥିଲା । ସେବାୟତମାନେ ପ୍ରଭୁ ହନୁମାନଙ୍କ ବିଗ୍ରହକୁ ବରଧରା ବେଶରେ ସଜାଇ ବିମାନରେ ପଦାର୍ପଣ କରିଥିଲେ । କରୋନା ମହାମାରୀ ଯୋଗୁ ପୀଠରେ ଲଗାତର ୨ ବର୍ଷ ଧରି ଶିବ ବିବାହ ଶୋଭାଯାତ୍ରା ଉପରେ ପ୍ରଶାସନିକ କଟକଣା ଲଗାଯାଇଥିଲା । ଚଳିତ ବର୍ଷ କଟକଣା କୋହଳ ହୋଇଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଥିଲା । ପୀଠରେ ଭିଡ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri