Posted inଜାତୀୟ

ମୋବାଇଲ୍‌ ପାଇଁ ଭାଇ-ଭଉଣୀଙ୍କ ମଧ୍ୟରେ ହେଲା ଝଗଡା: ଆଉ ତା’ପରେ ଘଟିଲା ଏମିତି

ଲକ୍ଷ୍ନୌ,୧୧।୧୨: ଉତ୍ତରପ୍ରଦେଶର ସାହାରନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଭାଇ ତାଙ୍କ ଭଉଣୀକୁ ଗୁଳି କରି ଘଟଣାସ୍ଥଳରୁ ଫେରାର ଥିବା ଅଭିଯୋଗ ହୋଇଛି। ମୋବାଇଲ ଫୋନ ବ୍ୟବହାରକୁ ନେଇ ଭାଇ ଓ ଭଉଣୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ବିବାଦ ଏତେ ବଢିଗଲା ଯେ ଭାଇ ଭଉଣୀକୁ ହତ୍ୟା କରିଥିଲେ। ମା’ଙ୍କ ଅଭିଯୋଗ ଉପରେ ପୋଲିସ ଅଭିଯୁକ୍ତ ପୁଅ ବିରୋଧରେ ହତ୍ୟା ମାମଲା ରୁଜୁ କରି ତାଙ୍କୁ ଖୋଜିବା ଆରମ୍ଭ କରିଛି। ସୋମବାର ପୋଲିସ ଏହି ସୂଚନା ଦେଇଛି।
ସୂରନାଯୋଗ୍ୟ, ପ୍ରତ୍ୟେକ ଦିନ ଭଳି ମୁସ୍କାନ ତାଙ୍କ ଭାଇଙ୍କ ସହିତ ଘରେ ଥିଲେ। ସେ ତାଙ୍କ ମୋବାଇଲ ଫୋନ ବ୍ୟବହାର କରୁଥିଲେ। ଭାଇ ଆଦିତ୍ୟ ଫୋନ ବ୍ୟବହାର କରିବାକୁ ନେଇ ତାଙ୍କୁ ଗାଳି ଦେଇଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ଆରମ୍ଭ ହୋଇଥିଲା। ବିବାଦ ଏତେ ବଢିଗଲା ଯେ ଆଦିତ୍ୟ ଏକ ପିସ୍ତଲ ବାହାର କରି ଭଉଣୀର ମୁଣ୍ଡରେ ଗୁଳି କରି ସେଠାରୁ ପଳାଇ ଯାଇଥିଲେ। ବନ୍ଧୁକ ଶବ୍ଦ ଶୁଣି ମା’ ଘର ଭିତରକୁ ଆସିଥିଲେ। ମୁସ୍କାନଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ପଡ଼ିଥିବାର ଦେଖିଥିଲେ। ମା’ଙ୍କ ଚିତ୍କାର ଶୁଣି ପଡୋଶୀ ଲୋକମାନେ ସାହାଯ୍ୟ କରିବାକୁ ଦୌଡ଼ିଯାଇ ମୁସ୍କାନଙ୍କୁ ଡାକ୍ତରଖାନା ନେଇଥିଲେ। ଏଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?