ଜରୁରୀ ହେଲେ କପିଳାସ ଆସିବ ଅସୁସ୍ଥ ହାତୀ

ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇପଡ଼ିଥିବା ଆନୁମାନିକ ୬ବର୍ଷର ଏକ ମାଈ ହାତୀକୁ ରବିବାର ଟ୍ରାଙ୍କୁଲାଇଜ୍‌ କରି ବନ ବିଭାଗ ଚିକିତ୍ସା କରୁଛି। ଆବଶ୍ୟକ ପଡ଼ିଲେ ଉକ୍ତ ହାତୀକୁ କପିଳାସ ପ୍ରାଣୀ ଉଦ୍ୟାନସ୍ଥିତ ହାତୀ ରେସକ୍ୟୁ ସେଣ୍ଟରକୁ ଅଣାଯାଇ ଚିକିତ୍ସା କରାଯିବ ବୋଲି ଜିଲା ବନଖଣ୍ଡ ଅଧିକାରୀ ଡା. ପ୍ରକାଶଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି। ଦଳ ପରିତ୍ୟାଗ କରି ଆମ୍ବପଳାସ ଅଞ୍ଚଳରେ ବୁଲୁଥିବା ଉକ୍ତ ହାତୀଟି ଖାଦ୍ୟ ଖାଇବା ସମୟରେ ଏହାର ପାଟିରେ ଆଘାତ ଲାଗିଛି। ସଂକ୍ରମଣ ଗୁରୁତର ହୋଇପଡ଼ିଥିବାରୁ ସେ ଖିଆପିଆ କରି ନ ପାରି ଅତିମାତ୍ରାରେ ଦୁର୍ବଳ ହୋଇପଡ଼ିଛି। ତେବେ ବିସ୍ଫୋରକ ସାମଗ୍ରୀ ଖାଇ ହାତୀଟିର ଏଭଳି ଅବସ୍ଥା ହୋଇଥିବା ଚର୍ଚ୍ଚା ହେଉଥିବାବେଳେ ଡିଏଫ୍‌ଓ ଏହାକୁ ଅସ୍ବୀକାର କରିଛନ୍ତି। କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜର ସତ୍ୟନାରାୟଣ ସାହୁ ସଦଳବଳ ହାତୀଟିର ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। କପିଳାସ ପ୍ରାଣୀ ଉଦ୍ୟାନ ଚିକିତ୍ସକ ଡା. ଅସିତ ଚକ୍ରବର୍ତ୍ତୀଙ୍କ ସହ ଅନ୍ୟ ବିଶେଷଜ୍ଞମାନେ ଅସୁସ୍ଥ ହାତୀର ଚିକିତ୍ସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ…

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri