ଅସୁସ୍ଥ, ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଘରେ ପହଞ୍ଚତ୍ବ ମଧ୍ୟାହ୍ନଭୋଜନ, ପାଠ୍ୟପୁସ୍ତକ

ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)ବିଦ୍ୟାଳୟ ଆସିପାରୁ ନ ଥିବା ୬ରୁ ୧୪ ବର୍ଷର ଅସୁସ୍ଥ ଓ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଘରେ ମିଳିବ ମଧ୍ୟାହ୍ନଭୋଜନ। ଏହି ମଧ୍ୟାହ୍ନଭୋଜନ ପାଇଁ ଆବଶ୍ୟକ ଶୁଖିଲା ରାଶନ୍‌ ଛାତ୍ରୀଛାତ୍ରଙ୍କ ଘରକୁ ଯୋଗାଇ ଦିଆଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଛାତ୍ରୀଛାତ୍ରଙ୍କୁ ଶ୍ରେଣୀ ଅନୁସାରେ ସେମାନଙ୍କ ଘରେ ମଧ୍ୟାହ୍ନଭୋଜନ ଚାଉଳ ଦିଆଯିବା ସହ ରୋଷେଇ ବାବଦ ଅର୍ଥରାଶି ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଏହା ବ୍ୟତୀତ ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ ମଧ୍ୟ ସେମାନଙ୍କ ଘରେ ପହଞ୍ଚାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ବ୍ୟବସ୍ଥା ମାଧ୍ୟମରେ ରାଜ୍ୟର ୩,୬୯୪ ଛାତ୍ରୀଛାତ୍ର ଉପକୃତ ହେବେ। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯିବା ପରେ ପ୍ରକ୍ରିୟା ଆରମ୍ଭ ହୋଇଛି। ସ୍କୁଲ ଆସିପାରୁ ନ ଥିବା ଛାତ୍ରୀଛାତ୍ରଙ୍କର କୌଣସି ଅସୁବିଧା ହେଲେ ସେମାନେ ନିଜ ଅଞ୍ଚଳରେ ଥିବା ଅଙ୍ଗନଓ୍ବାଡ଼ି କର୍ମୀ, ଆଶାକର୍ମୀ, ଏଏନ୍‌ଏମ୍‌ ବା ଆର୍‌ବିଏସ୍‌କେଙ୍କ ସହାୟତା ନେଇପାରିବେ। ଏହି ଛାତ୍ରୀଛାତ୍ରଙ୍କ ଚିକିତ୍ସା ପାଇଁ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ର କିମ୍ବା ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ଓ କାଉନ୍‌ସେଲିଂ ପାଇଁ ନିଆଯିବ। ଏହାସହ ସ୍କୁଲ ଆସିପାରୁ ନ ଥିବା ଏହି ଛାତ୍ରୀଛାତ୍ରଙ୍କ ଘରକୁ ପ୍ରତିମାସରେ ବିଦ୍ୟାଳୟ ଶିକ୍ଷକ, ବ୍ଲକ୍‌ ସହଯୋଗୀ ଅଧିକାରୀ, ଆଇଇଭିମାନେ ତଦାରଖ କରିବା ପାଇଁ ଯିବେ। ସେମାନେ କିଭଳି ପଢୁଛନ୍ତି, ପାଠରେ କେତେ ଉନ୍ନତି କରୁଛନ୍ତି ଆଦି ସମ୍ପର୍କରେ ପଚାରି ବୁଝିବେ। ଛାତ୍ରୀଛାତ୍ରଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ଅଭିଭାବକଙ୍କ କାଉନ୍‌ସେଲିଂ ମଧ୍ୟ କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri