Posted inଜାତୀୟ

କ୍ଷମତାକୁ ଆସି ଲୋକପ୍ରିୟତା ହରାଇଛନ୍ତି ସିଦ୍ଦରାମାୟା ସରକାର: ଭାଜପା…

ବେଙ୍ଗାଲୁରୁ,୧୨।୯ : ଭାରତୀୟ ଜନତା ପାର୍ଟି କର୍ନାଟକର ସିଦ୍ଦରାମାୟା ସରକାରଙ୍କୁ ଟାର୍ଗେଟ କରିଛି। ଦଳ ଅଭିଯୋଗ କରିଛି କ୍ଷମତାକୁ ଆସିବା ମାତ୍ରେ କଂଗ୍ରେସ ସରକାର ନିଜର ଲୋକପ୍ରିୟତା ହରାଇଛନ୍ତି। ପ୍ରଶାସନର ବିଫଳତା ବିରୋଧରେ ତାଙ୍କ ଦଳର ନେତାମାନେ ସାରା ରାଜ୍ୟ ଭ୍ରମଣ କରିବେ ବୋଲି ମଙ୍ଗଳବାର ଭାଜପାର ବରିଷ୍ଠ ନେତା ବିଏସ ୟେଦୁରପ୍ପା ଘୋଷଣା କରିଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ଏହା ମଧ୍ୟ ଅଭିଯୋଗ କରିଛନ୍ତି ମରୁଡ଼ି ଭଳି ସମସ୍ୟା ରାଜ୍ୟରେ ଦେଖାଦେଇଛି। ଏହା ସତ୍ତ୍ୱେ ସରକାର ଏହାର ସମାଧାନ କରିବା ପରିବର୍ତ୍ତେ ଲୋକ ବିରୋଧୀ ନୀତି ଆପଣେଇଛନ୍ତି। ଆଜି ଦଳର ନେତାଙ୍କ ସଭାରେ ଆମେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲୁ। ଖୁବ କମ ସମୟ ମଧ୍ୟରେ ଏହି ସରକାର ଲୋକପ୍ରିୟତା ହରାଇ ଏପରି ସ୍ଥିତିରେ ପହଞ୍ଚିଛନ୍ତି ଯେଉଁଠାରେ ଅଗାମୀ ଦିନରେ ଲୋକଙ୍କ ଅସନ୍ତୋଷର ସମ୍ମୁଖୀନ ହେବାକୁ ସରକାରଙ୍କୁ ପଡିବ।

ସେପ୍ଟେମ୍ବର ୧୮ ପରେ ଭାଜପା ନେତାମାନେ ସାରା ରାଜ୍ୟ ଭ୍ରମଣ କରିବେ। ଆମେ ପ୍ରତ୍ୟେକ ଜିଲାରେ ହଜାର ହଜାର ଦଳୀୟ କର୍ମୀଙ୍କୁ ଏକାଠି କରିବୁ ଏବଂ ଆମର କାର୍ଯ୍ୟ ଯୋଜନା ଅନୁଯାୟୀ କାର୍ଯ୍ୟ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri