Posted inଜାତୀୟ

କର୍ନାଟକ ନିର୍ବାଚନ ପୂର୍ବରୁ କଂଗ୍ରେସ ଦୁଇଫାଳ! ସିଦ୍ଧରମୈୟାଙ୍କ ପୁଅ କହିଲେ ବାପା ହୁଅନ୍ତୁ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨।୪: କର୍ନାଟକରେ ଆସନ୍ତା ମାସରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। କଂଗ୍ରେସ ଏବେ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିନାହିଁ। ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତାମାନର ବିରୋଧି ଦଳ ନେତା ସିଦ୍ଧରମୈୟା ଚାହୁଁଛନ୍ତି ଯେ କାହା ପଛକୁ ରହିବେ ନାହିଁ। ଏବେ ତାଙ୍କ ପୁଅ ତଥା ବରୁଣାର ବିଧାୟକ ଯତିନ୍ଦ୍ର କହିଛନ୍ତି ସେ ତାଙ୍କ ପିତାଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛନ୍ତି।
ମାଣ୍ଡୟା ଜିଲାର ମାଲାବଲ୍ଲି ରେ ସାମ୍ବୋଧନ ଦେଇ ଯତିନ୍ଦ୍ର କହିଛନ୍ତି, ଜଣେ ପୁଅ ଭାବେ ମୁଁ ମୋ ବାପାଙ୍କୁ ପୁଣିଥରେ କର୍ନାଟକର ମୁଖ୍ୟମନ୍ତ୍ରୀ ପଦରେ ଦେଖିବାକୁ ଚାହୁଁଛି। ବିଲକୁଲ ମୋ ପିତା ବି କହୁଛନ୍ତି ସେ ପୁଣିଥରେ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି। ସେ ରାଜ୍ୟକୁ ବିକାଶର ରାସ୍ତାରେ ନେଇଯାଇପାରିବେ।
ସୂଚନାଯୋଗ୍ୟ, ସିଦ୍ଧରମୈୟାଙ୍କୁ ଏଥର କଂଗ୍ରେସ ବରୁଣା ବିଧାନସଭା ଆସନରୁ ପ୍ରାର୍ଥୀ କରିଛି। ସେ କୋଲାର ଆସନରୁ ବି ନିର୍ବାଚନ ଲଢିବାକୁ ଚାହୁଁଛନ୍ତି। ସେଥିପାଇଁ ସେଠାରେ ସେ କ୍ଷେତ୍ର ପ୍ରସ୍ତୁତ କରି ରଖିଛନ୍ତି, ହେଲେ ଏବେ ପର୍ଯ୍ୟନ୍ତ ସେହି ଆସନ ପାଇଁ ପ୍ରାର୍ଥୀ ଚୁଡାନ୍ତ ହୋଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri