Posted inଜାତୀୟ

କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ହଟିବେ ସିଦ୍ଦେରମେୟା! ମୁଖ୍ୟମନ୍ତ୍ରୀ କିଏ ହେବ ପ୍ରଶ୍ନରେ ବଡ଼ ବୟାନ ଦେଲେ ଶିବକୁମାର

ବେଙ୍ଗାଲୁରୁ,୩୦।୬: କନର୍ର୍ାଟକର ମୁଖ୍ୟମନ୍ତ୍ରୀ ପରବିର୍ତ୍ତନ ନେଇ ଦଳ ଭିତରେ ତଥା ବାହାରେ ଚାପା ଗୁଞ୍ଜରଣ ଚାଲିଥିବାବେଳେ କର୍ନାଟକ କଂଗ୍ରେସ ସଭାପତି ତଥା ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୋତେ ମୁଖ୍ୟମନ୍ତ୍ରୀ ହେବାପାଇଁ କାହାର ସୁପାରିଶର ଆବଶ୍ୟକତା ନାହିଁ। ସିଏମ କରାଯିବା ଉଚିତ କି ନୁହେଁ ତାହା ମଧ୍ୟ ହାଇ କମାଣ୍ଡ ନିଷ୍ପତ୍ତି ନେବେ।

ଗଣମାଧ୍ୟକୁ ସାକ୍ଷାତ କରିି ଶିବକୁମାର କହିଛନ୍ତି, ଉପମୁଖ୍ୟମନ୍ତ୍ରୀଙ୍କ ବିଷୟରେ କୌଣସି ଆଲୋଚନା ହୋଇନାହିଁ ଏବଂ ମୁଖ୍ୟମନ୍ତ୍ରୀଙ୍କ ପଦବୀ ଉପରେ ମଧ୍ୟ ଆଲୋଚନା ହେବାର ପ୍ରଶ୍ନ ନାହିଁ। ମୁଁ ଅନୁରୋଧ କରୁଛି ଯେ, ସିଏମ ପଦ ପାଇଁ ମୋତେ କେହି ସୁପାରିଶ କରନ୍ତୁ ନାହିଁ।

ଶିବାକୁମାର ଆହୁରି ମଧ୍ୟ କହିଛନ୍ତି, କର୍ନାଟକର ସ୍ବାର୍ଥକୁ ଦୃଷ୍ଟିରେ ରଖି ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ମୁଖ୍ୟମନ୍ତ୍ରୀ ଏବଂ ମୁଁ ସମସ୍ତ ପ୍ରକାର ଉଦ୍ୟମ କରୁଛୁ। ବିଧାୟକ ଏବଂ ମନ୍ତ୍ରୀମାନଙ୍କର ଏ ସମ୍ପର୍କରେ ଆଲୋଚନା କରିବାର ଆବଶ୍ୟକତା ନାହିଁ । ଯଦି ସେମାନେ ମୋତେ ସମର୍ଥନ କରିବାକୁ ଚାହାଁନ୍ତି, ସେମାନେ ମୋ ପାଇଁ ପ୍ରାର୍ଥନା କରନ୍ତୁ। ଏହି କଥା ଏହିଠି ହିଁ ଶେଷ ହୋଇଯିବା ଉଚିତ।

ଶିବକୁମାର ଗଣମାଧ୍ୟମରେ ମନ୍ତ୍ରୀମାନଙ୍କୁ ଚେତାବନୀ ଦେଇ କହିଛନ୍ତି, କେହି ବି ଗଣମାଧ୍ୟରେ ଉପମୁଖ୍ୟମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀ ପଦବୀ ସମ୍ପର୍କରେ ଆଲୋଚନା କରନ୍ତୁ ନାହିଁ। ଦଳ ପାଇଁ ଅନୁଶାସନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଏହା ବିନା କିଛି ନାହିଁ ବୋଲି ସେ କହିଛନ୍ତି। ଦଳକୁ କ୍ଷମତାକୁ ଆଣିବା ପାଇଁ ଆମେ କେତେ ପରିଶ୍ରମ କରିଛୁ ତାହା ଆମେ ଜାଣିଛୁ।


Enter your email to get our daily news in your inbox.

All Right Reserved By Dharitri.Com

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri