Posted inଖେଳ

ହଠାତ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଟିମ୍‌ ଇଣ୍ଡିଆର ଏହି ଖେଳାଳି, ବିରାଟଙ୍କ ସହ ଜିତିଥିଲେ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୮।୧୧: ବର୍ତ୍ତମାନ ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଏସବୁ ମଧ୍ୟରେ ଟିମ୍‌ ଇଣ୍ଡିଆର ଜଣେ ଖେଳାଳି ସନ୍ନ୍ୟାସ ଘୋଷଣା କରିଛନ୍ତି। ଏହି ଖେଳାଳି ଦଳ ପାଇଁ ଅନ୍ତିମ ଅନ୍ତର୍ଜାତୀୟ ମୁକାବିଲା ୨୦୧୯ରେ ଖେଳିଥିଲେ। ସେବେଠାରୁ ଏହି ଖେଳାଳି ଟିମ୍‌ରେ ସ୍ଥାନ ପାଇବାକୁ ସଂଘର୍ଷ କରୁଥିଲେ। ଏବେ ସେ ସୋସିଆଲ ମିଡିଆରେ ପୋଷ୍ଟ ଲେଖି ନିଜର ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି।

ଭାରତୀୟ କ୍ରିକେଟ ଟିମ୍‌ର ଦ୍ରୁତ ବୋଲର ସିଦ୍ଧାର୍ଥ କୌଲ ସନ୍ନ୍ୟାସ ଘୋଷଣା କରିଛନ୍ତି। ସେ ଦଳ ପାଇଁ ୩ ଦିନିକିଆ ଏବଂ ୩ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଏହାଛଡ଼ା ସେ ଆଇପିଏଲ୍‌ ମଧ୍ୟ ଖେଳିଛନ୍ତି।

ସିଦ୍ଧାର୍ଥ ଏକ ପୋଷ୍ଟ ଶେୟାର କରି କହିଛନ୍ତି,ଯେବେ ବି ପିଲା ଥିଲି ପଞ୍ଜାବ ମଇଦାନରେ ଖେଳୁଥିଲି, ସେତେବେଳେ ମୋର ଏକ ସ୍ବପ୍ନ ଥିଲା। ନିଜ ଦେଶ ପାଇଁ ଖେଳିବା। ୨୦୧୮ରେ ଭଗବାନଙ୍କ କୃପାରୁ ମୋତେ ସୁଯୋଗ ମିଳିଥିଲା। ଏବେ ସମୟ ଆସିଛି ମୁଁ ଭାରତରେ ନିଜର କ୍ୟାରିୟର ଶେଷ କରିବା ତଥା ନିଜ ସନ୍ନ୍ୟାସ ନେଇ ଘୋଷଣା କରିବା ଉଚିତ। ନିଜ କ୍ୟାରିୟରରେ ସମସ୍ତ ଉତ୍ଥାନ ପତନ ସମୟରେ ଯେଉଁ ଭଲପାଇବା ଏବଂ ସମର୍ଥନ ମିଳିଛି ସେଥିଲାଗି ଧନ୍ୟବାଦ କହିବାକୁ ଶବ୍ଦ ନାହିଁ ବୋଲି ସେ କହିଛନ୍ତି।

 

View this post on Instagram

 

A post shared by Siddharth Kaul 🧿 (@iamsidkaul)

କହିରଖୁଛୁ, ଭାରତ ୨୦୦୮ରେ କୋହଲିଙ୍କ ଅଧିନାୟକତ୍ୱରେ ଅଣ୍ଡର ୧୯ ବିଶ୍ୱକପ୍‌ ଜିତିଥିଲା। ଏଥିରେ ସିଦ୍ଧାର୍ଥ ଉକ୍ତ ଟିମ୍‌ର ଅଂଶ ଥିଲେ। ଏହାଛଡ଼ା ସେ ବରିଷ୍ଠ ଟିମ୍‌ରେ ମଧ୍ୟ କୋହଲିଙ୍କ ଅଧିନାୟକତ୍ୱରେ ଡେବ୍ୟୁ କରିଥିଲେ। ଏବେ ନିକଟରେ ସେ ରଣଜୀ ଟ୍ରଫିରେ ଖେଳୁଥିବା ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri