ସିଦ୍ଧ ଜଗନ୍ନାଥ ନିକଟରେ ଲାଗି ହେଲା ଏକ ଶହରୁ ଉର୍ଦ୍ଧ୍ୱ ପ୍ରକାରର ବ୍ୟଞ୍ଜନ

କେନ୍ଦୁଝର,୧୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ନିକଟ ସିଦ୍ଧମଠଠାରେ ଥିବା ସିଦ୍ଧ ଜଗନ୍ନାଥଙ୍କ ବ୍ୟଞ୍ଜନ ଦାଦଶୀ ପାଳିତ ହୋଇଯାଇଛି। ସିଦ୍ଧ ଜଗନ୍ନାଥଙ୍କୁ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରି ଏକ ଶହରୁ ଉର୍ଦ୍ଧ୍ୱ ପ୍ରକାରର ବ୍ୟଞ୍ଜନ ଲାଗି ହୋଇଥିଲା। ଏହାକୁ ଦେଖିବା ସହ ଭୋଗ ସେବନ କରିବାକୁ ଭକ୍ତଙ୍କ ଭିଡ ଜମି ଥିଲା।
ପ୍ରକାଶ ଯେ,କେନ୍ଦୁଝର ପୁରୁଣା ସହରସ୍ଥିତ ସିଦ୍ଧ ଜଗନ୍ନାଥଙ୍କ ମନ୍ଦିରରେ ୨୦୧୫ ମସିହାରେ ନବକଳେବର ପର ଠାରୁ ବ୍ୟଞ୍ଜନ ଦାଦଶୀ ପାଳନ କରାଯାଉଛି। ଜିଲାର ସର୍ବ ପୁରାତନ ଏହି ମନ୍ଦିରରେ ଏକ ଶହରୁ ଉର୍ଦ୍ଧ୍ୱ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ସିଦ୍ଧ ଜଗନ୍ନାଥଙ୍କୁ ଅର୍ପଣ କରାଯାଇଥାଏ ବୋଲି ମଧୂସୁଦନ ମିଶ୍ର ( ସଭାପତି ପହଣ୍ଡିଆ ସଂଘ ) କହିଛନ୍ତି।

ବିଭିନ୍ନ ପ୍ରକାରର ଖେଚୁଡ଼ି, ଘାଣ୍ଟ, ଶାଗ, ଦହି ଭାତ, ଡାଲି, ତରକାରୀ, ବଡ଼ି ଆଦି ଶୁଦ୍ଧ ଘିଅରେ ପ୍ରସ୍ତୁତ କରାଯାଇଥାଏ। ଏହା ସହ ବିଭିନ୍ନ ପ୍ରକାରର ମିଠା ଯେପରିକି କପୁରକେଳି, ଝିଲି, ଆରିସା, କାକରା, ପିଠା, ରସ ଗୋଲା, ଜିଲାପି, ଛେନାପୋଡ଼, ଆଦି ବହୁ ପ୍ରକାର ଭୋଗ ଲାଗି ହୋଇଥିଲା ବୋଲି ବରିଷ୍ଠ ସେବକ ସଚି ନନା କହିଛନ୍ତି।

ଏହି ଅବସରରେ କେନ୍ଦୁଝର ଜିଲାର ପ୍ରସିଦ୍ଧ ବିଭିନ୍ନ ପ୍ରକାରର ବଡ଼ି ଭଜା ଲାଗି ହୋଇଥିଲା ବୋଲି ଆନନ୍ଦ ଖଣ୍ଡେଇ ( ସିଦ୍ଧ ଜଗନ୍ନାଥ ଙ୍କ ସେବକ ) କହିଛନ୍ତି। ଏହି ଦାଦଶୀ ଦିନ ସିଦ୍ଧ ଜଗନ୍ନାଥଙ୍କୁ ବିଭିନ୍ନ ପ୍ରକାରର ଜଙ୍ଗଲ ଜାତ ଫଳମୂଳ ଯଥା କ୍ଷୀର କୋଳି, ବର କୋଳି, ଭୁରୁଡ଼ୁ କୋଳି ଆଦି ମଧ୍ୟ ଅର୍ପଣ କରାଯାଇଥାଏ। ବହୁ ପ୍ରକାରର ଶାଗ, ଭଜା, ଆଦି ବ୍ୟଞ୍ଜନ ସିଦ୍ଧ ଜଗନ୍ନାଥଙ୍କୁ ଅର୍ପଣ କରିବା ପରେ ଭକ୍ତଙ୍କ ମଧ୍ୟରେ ବଣ୍ଟା ଯାଇଥାଏ। ପ୍ରସାଦ ସେବନ କରିବା ପାଇଁ ଜିଲାର କୋଣ ଅନୁକୋଣରୁ ଭକ୍ତଙ୍କ ଭିଡ଼ ଦେଖାଯାଇଥିଲା।
କିମ୍ବଦନ୍ତୀ ଅନୁସାରେ ମା’ ଯଶୋଦା ହଠାତ ଦିନେ ଦେଖିଲେ ଯେ ତାଙ୍କ ଏକୋଇର ବଳା ବିଶିକେଶନ କାହ୍ନାର ଦେହ ଝଡ଼ିଯାଇଛି। ସେ ଶୁଖି କଳାକାଠ ପଡ଼ି ଯାଇଥିବା ମା’ଙ୍କ ଆଖିକୁ ଦେଖାଗଲେ। ଏତିକିରେ ମା’ ଉଚ୍ଛନ୍ନ ହୋଇଗଲେ। ଭାବିଲେ ନ ଖାଇ ନ ପିଇ ସେ ଏମିତି ହୋଇଗଲାଣି। ସେଠୁ ଯଶୋଦା ନିଜେ ରୋଷେଇ ଘରକୁ ଯାଇ ନାନାଦି ପ୍ରକାରର ପୁଷ୍ଟିକର ତଥା ସ୍ବାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ କରି କୃଷ୍ଣଙ୍କୁ ଖୁଆଇଲେ। ଆଜିର ଦିନରେ ଏହି ବ୍ୟଞ୍ଜନ ପ୍ରସ୍ତୁତ କରିଥିବା ବେଳେ ହିନ୍ଦୁ ଶାସ୍ତ୍ର ଅନୁଯାୟୀ ବିଭିନ୍ନ ମଠ ମନ୍ଦିରରେ ଏହି ବ୍ୟଞ୍ଜନ ପ୍ରସ୍ତୁତ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri