ପୁନରୁଦ୍ଧାର ହେବ ସିଦ୍ଧମଠ ଔଷଧୀୟ ଉଦ୍ୟାନ

କେନ୍ଦୁଝର,୧୩ା୫(ସ୍ବ.ପ୍ର.): ବ୍ୟାପକ ଜଙ୍ଗଲ ନଷ୍ଟ, ଗଛ ଚୋରି କାରଣରୁ ଉଜୁଡ଼ି ଯାଇଥିବା ସିଦ୍ଧମଠ ଔଷଧୀୟ ଉଦ୍ୟାନର ରକ୍ଷଣାବେକ୍ଷଣ ପାଇଁ ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି ା ଗୁରୁବାର ବନ ବିଭାଗ କର୍ମଚାରୀ, ସ୍ଥାନୀୟ କାଉନ୍‌ସିଲର ଓ ଲୋକଙ୍କ ଉପସ୍ଥିତିରେ ଉକ୍ତ ଉଦ୍ୟାନକୁ ଯାଇ ସ୍ଥିତି ଅନୁଧ୍ୟାନ କରାଯାଇଛି। କେନ୍ଦୁଝରଗଡ଼ ପୌରପାଳିକାର ୧ ନଂ. ଓ୍ବାର୍ଡରେ ମନୋରମ ପରିବେଶରେ ଥିବା ଏହି ଜଙ୍ଗଲରେ ଆଗରୁ ବହୁ ମୂଲ୍ୟବାନ ଚନ୍ଦନ ଭଳି ବହୁ ପ୍ରକାରର ଔଷଧୀୟ ବୃକ୍ଷଲତା ରହିଥିଲା। ତେବେ ପରବର୍ତ୍ତୀ ସମୟରେ ଏହାର ରକ୍ଷଣାବେକ୍ଷଣ କରା ନ ଯିବାରୁ ଏହା ସମ୍ପୂର୍ଣ୍ଣ ଉଜୁଡ଼ି ଯାଇଛି। ମୂଲ୍ୟବାନ ଚନ୍ଦନ ଗଛ ଓ ଅନ୍ୟାନ୍ୟ ବୃକ୍ଷକୁ ଦୁର୍ବୃତ୍ତ କାଟି ନେଇଛନ୍ତି। ଏହାର ପୁନରୁଦ୍ଧାର ପାଇଁ ସ୍ଥାନୀୟ କାଉନ୍‌ସିଲର ଓ ବୟୋଜ୍ୟେଷ୍ଠ ଲୋକଙ୍କ ଦାବି ପରେ ବନ ବିଭାଗ ଏହାର ସୁରକ୍ଷା ପାଇଁ ପଦକ୍ଷେପ ନେଇଛନ୍ତି। ଏବେ ମଧ୍ୟ ଉଦ୍ୟାନରେ କରଞ୍ଜ, ବାହାଡ଼ା, ଅଂଳା, ଚିନି ଚମ୍ପା, ମୁଚୁକୁନ୍ଦ ଆଦି ବହୁ ପ୍ରକାରର ବୃକ୍ଷ ଲତା ରହିଛି। ଏହାକୁ ଆବଦ୍ଧ କରାଗଲେ ଘଞ୍ଚ ଜଙ୍ଗଲରେ ପରିଣତ ହୋଇଯିବ ବୋଲି ସ୍ଥାନୀୟ କାଉନ୍‌ସିଲର ଶରତ ସାହୁ (ମୁନା) କହିଛନ୍ତି ା ଉଦ୍ୟାନ ଚୁଳିଆ ପାଦ ଦେଶରେ ରହିଥିବା ବେଳେ ସିଦ୍ଧମଠ ଧାର୍ମିକ ପୀଠ ନିକଟରେ ରହିଥିବାରୁ ଗୁରୁତ୍ୱବହନ କରିଥାଏ। ରେଞ୍ଜ ଅଧିକାରୀ ବିଜୟ କୁମାର ମହାନ୍ତ କହିଛନ୍ତି, ଉକ୍ତ ସ୍ଥାନକୁ ସଫା କରିବା ସହ ପ୍ରଥମେ ବାଡ଼ ଦେବା ବ୍ୟବସ୍ଥା କରିବା ସହ ମୃତ୍ତିକା ସଂରକ୍ଷଣ ପାଇଁ ପଦକ୍ଷେପ ନିଆଯିବ। ସେହିପରି ସେଠାରେ ଏକ ପ୍ରବେଶ ଗେଟ୍‌ ନିର୍ମାଣ କରି ପ୍ରକୃତିପ୍ରେମୀ ତଥା ସିଦ୍ଧମଠ ଦର୍ଶନ ପାଇଁ ଯାଉଥିବା ଭକ୍ତମାନଙ୍କ ପାଇଁ ରାସ୍ତା କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri