ପରପାରିରେ ସିଦ୍ଧାନ୍ତ ମହାପାତ୍ରଙ୍କ ମା’: ଦୁଃଖରେ ଭାଙ୍ଗିପଡ଼ିଲେ…

ଭୁବନେଶ୍ୱର,୮।୨: ପରପାରିରେ ଓଡ଼ିଶା ସିନେମା ଜଗତର ଖ୍ୟାତନାମା ଅଭିନେତା ତଥା  ଦିଗପହଣ୍ଡି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଘଟିଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ତାଙ୍କର ପରଲୋକ ଘଟିଛି । ସେ ଜଣେ ଧର୍ମପରାୟଣା, ପରୋପକାରିଣୀ ମହିଳା ଭାବେ ବେଶ ଜନପ୍ରିୟ ଥିଲେ ।
ମା’ଙ୍କ ବିୟୋଗରେ ଭାଙ୍ଗିପଡ଼ିଛନ୍ତି ପୁଅ। ତେବେ ତାଙ୍କ ମା’ଙ୍କ ଦେହାନ୍ତ ଖବର ଶୁଣି ସବୁଆଡ଼େ ଶୋକର ଛାୟା ଖେଳିଯାଇଛି।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଏକ୍ସ ହ୍ୟାଣ୍ଡେଲରେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସିଦ୍ଧାନ୍ତଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ମାଆଙ୍କ ଶେଷ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂହ ମଧ୍ୟ ଉପସ୍ଥିତ ଅଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ…

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ଆଣ୍ଡ୍ରଏଡ୍ ସ୍କାମ୍ ଉପରେ କେନ୍ଦ୍ର ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ସାଇବର ଠକେଇ ସତର୍କତା ଜାରି

ନୂଆଦିଲ୍ଲୀ,୩୦।୧: ସାଇବର ଅପରାଧ ବିରୋଧରେ କେନ୍ଦ୍ର ସରକାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ‘ୱିଙ୍ଗୋ’ ନାମକ ଏକ ଆଣ୍ଡ୍ରଏଡ୍ ଆପ୍ ଜରିଆରେ ଚାଲିଥିବା ବ୍ୟାପକ ଠକେଇକୁ…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ…

ମେଦବହୁଳତା ଭାରତ ପାଇଁ ଏକ ବଡ଼ ଆର୍ଥିକ ବିପତ୍ତି: ଅର୍ଥନୈତିକ ସର୍ଭେରେ ଚେତାବନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ବଢ଼ୁଥିବା ମେଦବହୁଳତା ସ୍ୱାସ୍ଥ୍ୟ ସହିତ ଭାରତ ପାଇଁ ଏକ ବଡ଼ ‘ଅର୍ଥନୈତିକ ବିପତ୍ତି’ ଭାବେ ଉଭା ହୋଇଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri