ପରପାରିରେ ସିଦ୍ଧାନ୍ତ ମହାପାତ୍ରଙ୍କ ମା’: ଦୁଃଖରେ ଭାଙ୍ଗିପଡ଼ିଲେ…

ଭୁବନେଶ୍ୱର,୮।୨: ପରପାରିରେ ଓଡ଼ିଶା ସିନେମା ଜଗତର ଖ୍ୟାତନାମା ଅଭିନେତା ତଥା  ଦିଗପହଣ୍ଡି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଘଟିଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ତାଙ୍କର ପରଲୋକ ଘଟିଛି । ସେ ଜଣେ ଧର୍ମପରାୟଣା, ପରୋପକାରିଣୀ ମହିଳା ଭାବେ ବେଶ ଜନପ୍ରିୟ ଥିଲେ ।
ମା’ଙ୍କ ବିୟୋଗରେ ଭାଙ୍ଗିପଡ଼ିଛନ୍ତି ପୁଅ। ତେବେ ତାଙ୍କ ମା’ଙ୍କ ଦେହାନ୍ତ ଖବର ଶୁଣି ସବୁଆଡ଼େ ଶୋକର ଛାୟା ଖେଳିଯାଇଛି।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଏକ୍ସ ହ୍ୟାଣ୍ଡେଲରେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସିଦ୍ଧାନ୍ତଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ମାଆଙ୍କ ଶେଷ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂହ ମଧ୍ୟ ଉପସ୍ଥିତ ଅଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?