ଫେବୃୟାରୀରେ ବିବାହ କରିବେ କିଆରା-ସିଦ୍ଧାର୍ଥ!

ମୁମ୍ବାଇ: ବଲିଉଡ ସେଲିବ୍ରିଟି କିଆରା ଆଡଭାନି ଓ ସିଦ୍ଧାର୍ଥ ମାଲହୋତ୍ରା ଏବେ ବିବାହକୁ ନେଇ ଅଛନ୍ତି ଚର୍ଚ୍ଚାରେ । ମିଳିଥିବା ସଦ୍ୟ ସୂଚନା ଅନୁଯାୟୀ, ଏମାନେ କୁଆଡେ ଫେବୃୟାରୀ ୨୦୨୩ରେ ବିବାହ କରିବେ । ୱେଡିଂ ଭେନ୍ୟୁରୁ ବିବାହ ତାରିଖ ପର୍ଯ୍ୟନ୍ତ ପ୍ରତିଦିନ ଏହାକୁ ନେଇ କିଛି ନା କିଛି ଅପଡେଟ ସାମ୍ନାକୁ ଆସୁଛି । ଏବେ ଶୁଣିବାକୁ ମିଳିଛି କି ଏମାନେ ଫେବୃୟାରୀ ୬ରେ ବିବାହ କରିବେ । ପ୍ରିୱେଡିଂ ଫଙ୍କସନ ୪-୫ ଫେବୃୟାରୀରେ ହେବ । ଏଥିରେ କେବଳ ପରିବାର ସଦସ୍ୟ ସାମିଲ ହେବେ ।
କୁହାଯାଉଛି କି ଭିକ୍କି ଓ କ୍ୟାଟ୍ରିନାଙ୍କ ଭଳି କିଆରା ଓ ସିଦ୍ଧାର୍ଥ ବିବାହ ପାଇଁ ରାଜ ପ୍ରସାଦକୁ ବାଛିଛନ୍ତି । କେବଳ ସେତିକି ନୁହେଁ ବିବାହରେ ଟାଇଟ ସୁକ୍ୟୁରିଟି ବ୍ୟବସ୍ଥା ବି କରାଯାଇଛି । ପ୍ରିୱେଡିଂ ଠାରୁ ବିବାହ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ପ୍ୟାଲେସ ଭିତରେ ରହିବ । କୁହାଯାଉଛି କି ୩ ଫେବୃୟାରୀରେ ଜୈସଲମେର ପ୍ୟାଲେସ ପାଇଁ ସୁକ୍ୟୁରିଟି ପଠାଇ ଦିଆଯିବ । ରାଜସ୍ଥାନର ଆଲିଶାନ ଜୈସଲମେର ପ୍ୟାଲେସ ହୋଟେଲରେ କପୁଲଙ୍କ ବିବାହ ଅନୁଷ୍ଠିତ ହେବ । ତେବେ ଏହି ବିବାବାହକୁ ନେଇ ଏବେ ପର୍ଯ୍ୟନ୍ତ କୌଣସି ଅଫିସିୟାଲ ଆନାଉନସମେଣ୍ଟ ହୋଇନାହିଁ । ଏହି ବିବାହ ଖବର ମଧ୍ୟରେ କିଆରା ଓ ସିଦ୍ଧାର୍ଥ ୨୯ ଡିସେମ୍ବରରେ ମୁମ୍ବାଇ ଏୟାରପୋର୍ଟରେ ସ୍ପଟ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri