ବଡ଼ ବୟାନ ଦେଲେ ସିଦ୍ଧାର୍ଥ ରାଉତରାୟ, ‘ମୋ ଭାଇକୁ ବିଜେଡି ମୁର୍ଗା ବନେଇପାରେ’

ଭୁବନେଶ୍ୱର,୨୮।୩: ରାଜ୍ୟ ରାଜନୀତିରେ ହଇଚଇ । କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ ବୁଧବାର କଂଗ୍ରେସର ସବୁ ପଦବୀରୁ ଇସ୍ତଫା ଦେଇଛନ୍ତି । କାରଣ ତାଙ୍କ ସାନ ପୁଅ ବିଜେଡିରେ ମିଶିଛନ୍ତି। ବିଜେଡିରେ ମିଶିବା ପରେ ସେ ଭୁବନେଶ୍ବର ଲୋକ ସଭା ଆସନରୁ ମଇଦାନକୁ ଓହ୍ଲାଇଛନ୍ତି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମନ୍ମଥ ପଟ୍ଟନାୟକ ଦଳରେ ମିଶିବା କ୍ଷଣି ତାଙ୍କ ଉପରେ ଆସ୍ଥା ପ୍ରକଟ କରିଛନ୍ତି। ସେଥିପାଇଁ ଶ୍ରୀମୟୀ ମିଶ୍ରଙ୍କ ବଦଳରେ ଦଳ ତାଙ୍କୁ ଏମପି ଟିକେଟ୍‌ ଦେଇଛିି। ଯାହାକୁ ନେଇ ଶ୍ରୀମୟୀ ବଡ ଧକ୍କା ଲାଗିଛି।

ତେବେ ଏହାରି ଭିତରେ ସୁରଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ କଡ଼ା ବୟାନ ଦେଇଛନ୍ତି । ସେ କହିଛନ୍ତି, ‘ ବାପାଙ୍କ ୬୦ ବର୍ଷର ଇମେଜ ଚାଲିଗଲା । କ୍ଷମତା ଲୋଭକୁ କେହି ବି ଅଟକାଇ ପାରିବେନି । ଆମେ ଯେତେ ବୁଝାଇଲେ କ’ଣ ହେବ, କେହି ଅଟକାଇ ପାରିବେନି । ବାପାଙ୍କ ୬୦ ବର୍ଷର ଇମେଜ ସବୁ ଚାଲିଗଲା । କିନ୍ତୁ ଆମେ କଂଗ୍ରେସ ଛାଡ଼ିବୁ ନାହିଁ । ଏହାସହ ସେ କହିଛନ୍ତି, ‘ଆମେ ୫-ଟିକୁ ସଲାମ କରିପାରିବୁ ନାହିଁ । ଯିଏ ଠିକ୍‌ରେ ନାହିଁ, ସେ ଅଲଗା ଲାଇନ ଧରିଲା । କେବଳ ଏତିକି ନୁହେଁ, ସାନ ଭାଇ ମନ୍ମଥ ରାଉତରାୟକୁ ନେଇ ସିଦ୍ଧାର୍ଥ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୋ ଭାଇକୁ ବିଜେଡି ମୁର୍ଗା ବନାଇପାରେ।

ସେପଟେ ବୁଧବାର ହଜାର ହଜାର ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଥିଲେ ମନ୍ମଥ ରାଉତରାୟ । ବିଜେଡିରେ ଯୋଗଦେବା ପରେ ମନ୍ମଥ ରାଉତରାୟ କହିଛନ୍ତି, ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ । ଏକ ନମ୍ବର ଦଳ ମୋତେ ଚୟନ କରିଛି । ମୋତେ ଯାହା ବି ଦାୟିତ୍ୱ ମିଳିବ ତାହାକୁ ତୁଲାଇବି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?