ଏଲ୍‌ଆଇସିର ଏମ୍‌ଡି ଭାବେ ଦାୟିତ୍ୱ ଗ୍ରହଣ କଲେ ସିଦ୍ଧାର୍ଥ

ନୂଆଦିଲ୍ଲୀ,୧।୨: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି। ସିଦ୍ଧାର୍ଥଙ୍କ ନିଯୁକ୍ତି ନେଇ ଭାରତ ସରକାର ଗତ ୨୦ ତାରିଖରେ ବିଜ୍ଞପ୍ତି ପ୍ରକାଶ କରିଥିଲେ। ସେ ଏହା ପୂର୍ବରୁ ଏଲ୍‌ଆଇସି ହାଉସିଂ ଫାଇନାନ୍ସ ଲିମିଟେଡ (ଏଲ୍‌ଆଇସି ଏଚ୍‌ଏଫ୍‌ଏଲ୍‌) ଏମ୍‌ଡି ଏବଂ ସିଇଓ ଭାବେ କାର୍ଯ୍ୟ କରୁଥିଲେ। ମହାନ୍ତି ୧୯୮୫ରେ ଜଣେ ରିକ୍ରୁଟ୍‌ ଅଫିସର ଭାବେ ଏଲ୍‌ଆଇସିରେ ଯୋଗ ଦେଇଥିଲେ। ସମୟକ୍ରମେ ସେ ଏଲ୍‌ଆଇସିର ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିବା ସହ କାର୍ଯ୍ୟକାରୀ ନିର୍ଦ୍ଦେଶକ (ଲିଗାଲ) ଭାବେ କାର୍ଯ୍ୟ କରିଛନ୍ତି। ସେ ଏହି କର୍ପୋରେଶନରେ ଦୀର୍ଘ ୩୦ ବର୍ଷ ହେବ କାର୍ଯ୍ୟ କରି ସାରିଛନ୍ତି। ତାଙ୍କର ମାର୍କେଟିଂ, ମାନବ ସମ୍ବଳ, ଲିଗାଲ ଇନ୍‌ଭେଷ୍ଟ ଏବଂ ମୁଖ୍ୟ ଇନ୍‌ଭେଷ୍ଟ(ମନିଟରିଂ) ଆଦି କ୍ଷେତ୍ରରେ କାର୍ଯ୍ୟ ସମ୍ପାଦନ କରିବାର ବିଶେଷ ଅଭିଜ୍ଞତା ରହିଛି। ସେ ମହାରାଷ୍ଟ୍ର, ଗୁଜରାଟ, ଗୋଆ, କଟକ ଓ ରାୟପୁର ଭଳି ସ୍ଥାନରେ ବିଭିନ୍ନ ପଦବୀର କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri