ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ ହେଲା ବାଦବିବାଦ ଲାଗି ରହିଥିଲା । ସୋମବାର ଦିଗପହଣ୍ଡି ପୋଲିସ ଟିମ ଉପସ୍ଥିତିରେ ବ୍ଲକ ପ୍ରଶାସନ ଉକ୍ତ କଲ୍ୟାଣ ମଣ୍ଡପକୁ ଦଖଲ କରିବା ସହ ଗେଟ ଚାବି ପଞ୍ଚାୟତ କାର୍ଯ୍ୟାଳୟକୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି । ୩୫ ଲକ୍ଷ ଟଙ୍କା ବ୍ୟୟରେ ଏହି କଲ୍ୟାଣ ମଣ୍ଡପର ନିର୍ମାଣ କାର୍ଯ୍ୟ ଦୀର୍ଘ ୪ ବର୍ଷ ହେଲା ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ସରପଞ୍ଚ ବିଜୟ ପ୍ରଧାନଙ୍କ ବିପକ୍ଷ ଗୋଷ୍ଠୀର ଜଣେ ଠିକାଦାର ଏହାକୁ ପଞ୍ଚାୟତକୁ ହସ୍ତାନ୍ତର କରିନଥିଲେ । ଏନେଇ ପଞ୍ଚାୟତ ପକ୍ଷରୁ ବାରମ୍ବାର ଗଞ୍ଜାମ ଜିଲା ଓ ବ୍ଳକ ପ୍ରଶାସନ ନିକଟରେ ଅଭିଯୋଗ କରାଯାଇଥିଲା । ଯାହାକୁ ନେଇ ପ୍ରଶାସନ ମଧ୍ୟ କଲ୍ୟାଣ ମଣ୍ଡପକୁ ପଞ୍ଚାୟତକୁ ହସ୍ତାନ୍ତର କରିବାକୁ ଠିକାଦାର ଜଣକୁ ବାରମ୍ବାର ନୋଟିସ କରିଥିଲେ ମଧ୍ୟ ପ୍ରଶାସନିକ ନିର୍ଦ୍ଦେଶକୁ ଖାତିର ନ କରି ସେ ବେଆଇନ ଭାବେ ସେଠାରେ ଭୋଜି ପାଇଁ ଲୋକଙ୍କୁ ଭଡ଼ା ଦେଇ ଟଙ୍କା ଆଦାୟ କରୁଥିବା ନେଇ ଗତ ପଞ୍ଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀରେ ପଞ୍ଚାୟତ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିଲା । ଏନେଇ ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର ବ୍ଳକ ପ୍ରଶାସନକୁ ଏକ ଚିଠି କରିଥିଲେ । ଏହାପରେ ବ୍ଳକ ପ୍ରଶାସନ ମଧ୍ୟ ଉକ୍ତ ଠିକାଦାରକୁ ନୋଟିସ କରି ଚାବି ହସ୍ତାନ୍ତର କରିବାକୁ କହିଥିଲେ । ଶେଷରେ ସେ ନଶୁଣିବାରୁ ସୋମବାର ଅପରାହ୍ନରେ ଦିଗପହଣ୍ଡି ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ସନ୍ତୋଷ କୁମାର ସାହୁ , ବିଡ଼ିଓ ଅନାମିକା ପାଣ୍ଡେ , ଅତିରିକ୍ତ ବିଡ଼ିଓ ଉମେଶ କୁମାର ସେଠୀ , ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ , ରାଜସ୍ବ ନୀରିକ୍ଷୀକା ସରସତୀ କହଁର , ପଞ୍ଚାୟତ ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଦାସ , ସ୍ଥାନୀୟ ସରପଞ୍ଚ ବିଜୟ କୁମାର ପ୍ରଧାନଙ୍କ ଉପସ୍ଥିତିରେ କଲ୍ୟାଣ ମଣ୍ଡପ କୁ ଦଖଲ କରାଯାଇଥିଲା। ପରେ କଲ୍ୟାଣ ମଣ୍ଡପ ଗେଟ ଚାବିକୁ ପଞ୍ଚାୟତ କାର୍ଯ୍ୟାଳୟକୁ ହସ୍ତାନ୍ତର କରାଯାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri