ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ ସିଦ୍ଧି ବିନାୟକ ପୀଠ: ଜିଲାପାଳ

ବ୍ରହ୍ମପୁର ଅଫିସ,୧୯ା୮: ଗଣେଶ ପୂଜା ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ କରୋନା କଟକଣା ଯୋଗୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବନ୍ଦ ରହିବ। ସ୍ଥାନୀୟ ହିଲପାଟଣାସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ସିଦ୍ଧିବିନାୟକ ପୀଠରେ ଗଣେଶ ପୂଜା ବେଳେ ଦୂରଦୂରାନ୍ତରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ। ସେହିଭଳି ଜିଲାରେ ଥିବା ବିଭନ୍ନ ଗଣେଶ ପୀଠ ସମେତ ସ୍କୁଲ ଓ କଲେଜ ଓ ସାହି ଗଳିକନ୍ଦିରେ ଅନୁଷ୍ଠିତ ଗଜାନନଙ୍କ ମୃଣ୍ମୟ ମୂର୍ତ୍ତି ସ୍ଥାପନ ହୋଇଥିବା ପୀଠଗୁଡ଼ିକରେ ଲୋକମାନେ ଏକାଠି ହେବା ସହ ସଂକ୍ରମଣ ବଢ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଗଣେଶ ପୂଜା ପାଳନ ହେବ ନାହିଁ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଗତ ମାର୍ଚ୍ଚ ୧୦ ତାରିଖରୁ ଜିଲାରେ କରୋନା କଟକଣା ଆରମ୍ଭ ହୋଇଛି।
ସୂଚନାଯୋଗ୍ୟ, କରୋନା ଯୋଗୁ ତାରାତାରିଣୀଙ୍କ ଚୈତ୍ର ଯାତ୍ରା, ଭଞ୍ଜନଗର, କବିସୂର୍ଯ୍ୟନଗର ଓ ଛତ୍ରପୁର ଠାକୁରାଣୀ ଯାତ୍ରା ଓ ଗଞ୍ଜାମର ପ୍ରସିଦ୍ଧ ଦଣ୍ଡ ଯାତ୍ରା, ରଜପର୍ବ ଆଦି ବନ୍ଦ କରାଯାଇଥିଲା। ହିଲପାଟଣା ସିଦ୍ଧିବିନାୟକ ପୀଠରେ କେବଳ ପୂଜକଙ୍କ ଜରିଆରେ ଗଜାନନଙ୍କ ସମସ୍ତ ପୂଜା, ନୀତି-କାନ୍ତି ସମ୍ପାଦନ କରାଯିବ ବୋଲି ମନ୍ଦିର ପରିଚାଳନା କମିଟି ସଭାପତି ସୁରେନ୍ଦ୍ର ନାଥ ଚୌଧୁରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri