‘କିଡ୍‌ସ ଷ୍ଟାର ଫେସ୍‌ ଅଫ୍‌ ଛତିଶଗଡ଼’ ଟାଇଟଲ୍‌ ହାସଲ କଲେ ସିଦ୍ଧି

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ଛତିଶଗଡ଼ର ରାୟପୁରଠାରେ ଅୟୋଜିତ ‘କିଡ୍‌ସ ଷ୍ଟାର ଫେସ ଅଫ୍‌ ଛତିଶଗଡ଼’ ଫ୍ୟାଶନ ପ୍ରତିଯୋଗିତାରେ ଟାଇଟଲ ହାସଲ କରି ସମ୍ବଲପୁର ପାଇଁ ଗୌରବ ଆଣିଛନ୍ତି ସିଦ୍ଧି ସମ୍ପୂର୍ଣ୍ଣା ନାୟକ।

ପିଲାଟି ବେଳୁ ନୃତ୍ୟ ଓ ମଡେଲିଂ ପ୍ରତି ଆଗ୍ରହ ରଖୁଥିବା ଧନୁପାଲିର ଚୈତନ୍ୟ ନାୟକ ଓ ବିନ୍ଦିଆରାଣୀ ନାୟକଙ୍କ କନ୍ୟା ସିଦ୍ଧି ସମ୍ପୂର୍ଣ୍ଣା ଗୁରୁ ସେହେବାଜ ଖାନଙ୍କ ନିକଟରୁ ମଡେଲିଂ ପ୍ରଶିକ୍ଷଣ ନେଉଛନ୍ତି। ରାୟପୁରର ଏକ ହୋଟେଲରେ ଛତିଶଗଡ଼ର ମମତା ପଟେଲ ଓ ଦଳ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାର ତିନୋଟି ଯାକ ପ୍ରଶ୍ନୋତ୍ତର ରାଉଣ୍ଡରେ ସେ ଉତ୍ତମ ପ୍ରଦର୍ଶନ କରି ବିଚାରକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେହିପରି ନୃତ୍ୟ, ବଲିଉଡ଼ ଓ ପାଶ୍ଚାତ୍ୟ ଆଦି ବର୍ଗର ଚାଲିର ପ୍ରଦର୍ଶନ ରାଉଣ୍ଡରେ ସେ କୃତକାର୍ଯ୍ୟ ହୋଇ ଏହି ଟାଇଟଲ ବିଜୟୀ ହୋଇଛନ୍ତି

ପୁରସ୍କାର ବିତରଣୀ ଉତ୍ସବରେ ଛତିଶଗଡ଼ି ସିନେମା ଚାହତର ନାୟକ ଆକାଶ ସୋନୀ ଓ ନାୟିକା ୟସ୍ମିନ ଜୟସ୍ବାଲଙ୍କ ସମେତ ସିନେମା ଲେଖକ ରାଜା ଖାନ, ପ୍ରଯୋଜକ ରିଙ୍କୁ ରାଜା ଓ ଅଭିନେତା ୟାକୁବ୍‌ ଖାନ ଅତିଥିଭାବେ ଯୋଗଦେଇ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri