ଫାଇଜର ଟିକାର ପାର୍ଶ୍ୱପ୍ରତିକ୍ରିୟା: ଆଲର୍ଜି ଥିବା ଲୋକେ ନ ନେବାକୁ ସତର୍କ ସୂଚନା ଜାରି

ଲଣ୍ଡନ,୧୦।୧୨: ବ୍ରିଟେନରେ ମଙ୍ଗଳବାରଠାରୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ସାର୍ବଜନୀକ ଭାବେ ଦିଆଯିବା ଆରମ୍ଭ ହୋଇଛି। ତେବେ ଟିକା ନେବା ପରେ ୨ଜଣଙ୍କଠାରେ ଆଲର୍ଜି ସମସ୍ୟା ଦେଖାଦେଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ଖରାପ ହୋଇଛି। ଏହାକୁ ବ୍ରିଟେନ୍‌ ସରକାର ଗୁରୁତର ଭାବେ ନେଇଛନ୍ତି। ସରକାରଙ୍କ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, କୌଣସି ଔଷଧ ଗ୍ରହଣ କଲେ ଆଲର୍ଜି ଭଳି ସମସ୍ୟା ଦେଖାଦେଉଥିବା ଲୋକେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ନ ନେବା ଉଚିତ। ଏନେଇ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ପକ୍ଷରୁ କୁହାଯାଇଛି ଯେ, କ୍ଲିନିକାଲ ଟ୍ରାଏଲ ସମୟରେ ଆଲର୍ଜି ଥିବା କୌଣସି ବ୍ୟକ୍ତିଙ୍କଠାରେ ଟିକା ପ୍ରୟୋଗ କରାଯାଇ ନ ଥିଲା। ତେଣୁ ଏହାର ପାର୍ଶ୍ୱ ପ୍ରତିକ୍ରିୟା ସମ୍ପର୍କରେ ଜଣାପଡ଼ି ନ ଥିଲା। ବିଶେଷଜ୍ଞଙ୍କ ମତରେ ଟିକା ନେଲେ ଯେ ସଭିଙ୍କୁ ଆଲର୍ଜି ହେବ ତାହା ଭୁଲ୍‌ ଧାରଣା। ହୁଏତ ଆଗାମୀ ଦିନରେ ଏଭଳି କେତେକ ସମସ୍ୟା ଘଟିପାରେ। ଆଲର୍ଜି ଏକ ସାମୟିକ ସମସ୍ୟା। ତେବେ ଅଣ୍ଡା ଖାଇଲେ ଆଲର୍ଜି ହେଉଥିବା ଲୋକେ ଟିକା ନ ନେବା ଉଚିତ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri