ଜମୁଛି ରଚନା-ସିଦ୍ଧାନ୍ତଙ୍କ ପ୍ରଚାର, ଦୁହେଁ ଦୁହିଁଙ୍କୁ ଜଣାଉଛନ୍ତି ଶୁଭେଚ୍ଛା

ଭୁବନେଶ୍ୱର,୧୧।୪: ରାଜନୀତି ମଇଦାନରେ ଦୁଇ ସିନେ ତାରକା ସିଦ୍ଧାନ୍ତ ଓ ରଚନା। ଓଲିଉଡ଼ର ଦୁଇ ସୁପରଷ୍ଟାର ଏବେ ମଇଦାନରେ ପ୍ରଚାର କରୁଛନ୍ତି। ଉଭୟେ ଉଭୟଙ୍କୁ ମନ ମଧ୍ୟ ପକାଉଛନ୍ତି। ସିଦ୍ଧାନ୍ତ ମହାପାତ୍ର ଏବେ ଦିଗପହଣ୍ଡିରୁ ଭାଜପା ପ୍ରାର୍ଥୀ ହୋଇଥିବାବେଳେ ରଚନା ବାନାର୍ଜୀ ଏବେ ହୁଗୁଳିିରୁ ଟିଏମସି ପ୍ରାର୍ଥୀ । ଦୁହେଁ ଧୁମଧାମ କଲେଣି ପ୍ରଚାର। ସିନେପ୍ରେମୀ ପୂର୍ବରୁ ସେମାନଙ୍କୁ ପରଦାରେ ଏକାଠି ଦେଖିଥିବାବେଳେ ଏବେ ପ୍ରଚାର ମଇଦାନରେ ଦେଖିବାକୁ ପାଇଛନ୍ତି।

ହୁଗୁଳି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଅଟୋରେ ବୁଲି ବୁଲି ପ୍ରଚାର କରୁଛନ୍ତି ରଚନା। ପ୍ରଚାର ସମୟରେ ପ୍ରବାସୀ ଓଡ଼ିଆଙ୍କ ସହ କଥା ହୋଇ ମନ କିଣୁଛନ୍ତି ରଚନା। ସେପଟେ ଦିଗପହଣ୍ଡିରେ ପ୍ରଚାର କରି ଲୋକଙ୍କ ହୃଦୟ ଜିଣିବାକୁ ଚେଷ୍ଟା କରିଛନ୍ତି ସିଦ୍ଧାନ୍ତ। ତାଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପୁଅ ବିପ୍ଲବ ପାତ୍ର। ତେବେ ସୂର୍ଯ୍ୟ ନାରାୟଣଙ୍କୁ ନିଜ ଗୁରୁ ବୋଲି ମାନନ୍ତି ସିଦ୍ଧାନ୍ତ। ତେଣୁ ଦିଗପହଣ୍ଡିରେ ଏବେ ଅର୍ଜୁନ ଅଶ୍ବଥମା ଯୁଦ୍ଧ ଦେଖିବାକୁ ମିଳିବ ବୋଲି କୁହାଯାଉଛି ।

ରଚନାଙ୍କ ନୂଆ ଇନିଂସ ଅର୍ଥାତ ପ୍ରଥମ ଥର ରାଜନୀତି ମଇଦାନରେ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦିତା କରୁଥିବା ଖବର ଜାଣି ସିଦ୍ଧାନ୍ତ ଶୁଭେଚ୍ଛା ଜଣାଇଛନ୍ତି। ସେପଟେ ରଚନା ମଧ୍ୟ ସିଦ୍ଧାନ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri