ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସେ ଛାତ୍ରୀଛାତ୍ରଙ୍କୁ ‘ବିକଶିତ ଭାରତ ନିର୍ମାଣରେ ସେବା ସଂକଳ୍ପ’ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ପ୍ଲାଷ୍ଟିକ ବର୍ଜନ, ପରିବେଶ ସୁରକ୍ଷା ଏବଂ ମୋବାଇଲ୍‌ର ଅତ୍ୟଧିକ ବ୍ୟବହାରଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ଏହାଦ୍ୱାରା ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ଯତ୍ନବାନ ହେବା ସହ ସୁସ୍ଥ ସମାଜ ଗଠନରେ ସହଯୋଗ କରିପାରିବା ବୋଲି ସେ କହିଥିଲେ।

ଅଧ୍ୟାପକ ଅନିଲ କୁମାର ସାହୁ ସୱତନ୍ତ୍ର ଅତିଥି ଭାବେ ମଞ୍ଚାସୀନ ଥିଲେ। ‘ବିକଶିତ ଭାରତ ନିର୍ମାଣରେ ସେବା ସଂକଳ୍ପ’ ବିଷୟବସ୍ତୁକୁ ନେଇ ଛାତ୍ରଛାତ୍ରୀମାନେ ବକ୍ତୃତା ପ୍ରଦାନ କରିଥିଲେ। ପ୍ରତିଯୋଗିତାକୁ ଅଧ୍ୟାପକ ଶିବାଶିଷ ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ ଅଧ୍ୟାପିକା ଅନୀତା ପାଣି ଏବଂ ଡ. ନିର୍ମଳା ମହାନ୍ତି ବିଚାରକ ଭାବେ ଯୋଗଦେଇ ପ୍ରତିଯୋଗୀଙ୍କ ପ୍ରଦର୍ଶନର ମୂଲ୍ୟାୟନ କରିଥିଲେ। ପ୍ରତିଯୋଗିତା ଶେଷରେ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶ୍ରେଷ୍ଠ ତିନିଜଣ ପ୍ରତିଯୋଗୀ ଏସ. ଶିବଶଙ୍କର ଦୋରା, କାଜଲ ଗୌଡ଼ ଏବଂ ଜ୍ୟୋତି ରଣାଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?