ସାଇକେଲ୍‌ ଚଢି ବିଧାନସଭାରେ ପହଞ୍ଚିଲେ ସିଦ୍ଧାନ୍ତ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୮।୬: ଅଭିନେତାରୁ ରାଜନେତା ପାଲଟିଥିବା ସିଦ୍ଧାନ୍ତ ମହାପାତ୍ର ଚଳିତବର୍ଷ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରଥମଥର ବିଧାନସଭାକୁ ଯିବା ପାଇଁ ସେ ଏକ ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସେ ସାଇକେଲରେ ବିଧାନସଭା ଆସିଛନ୍ତି। ପରିବେଶ ସୁରକ୍ଷା ନେଇ ରାଜ୍ୟବାସୀଙ୍କୁ ସଚେତନତା ବାର୍ତ୍ତା ଦେଇଛନ୍ତି। କେବଳ ଏତିକି ନୁହେଁ, ସମସ୍ତ ନେତା, ମନ୍ତ୍ରୀ ଓ ସାଧାରଣ ଜନତାଙ୍କୁ ମଧ୍ୟ ସାଇକେଲ ବ୍ୟବହାର ପାଇଁ ଅପିଲ କରିଛନ୍ତି। ଏନେଇ ସେ କହିଛନ୍ତି, ମୋ ଘର ଏଇଠୁ ମାତ୍ର ୧.୫ କିଲୋମିଟର। ମୁଁ କ’ଣ ପାଇଁ ଗାଡିରେ ଆସିବି। ଟ୍ରାଫିକ୍‌ ସମସ୍ୟା ମଧ୍ୟ ଅଛି। ଏହାଦ୍ୱାରା କେବଳ ସମୟ ବଞ୍ଚିବ ନାହିଁ, ପରିବେଶ ମଧ୍ୟ ସୁସ୍ଥ ରହିବ। ଆମେ ଯାହା କହୁଛେ, ତାହା କରି ଦେଖାଇବା ମଧ୍ୟ ଆବଶ୍ୟକ।
ସୂଚନାଯୋଗ୍ୟ,୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ କରାଉଛନ୍ତି। ନିୟମାନୁଯାୟୀ, ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶପଥ ଗ୍ରହଣ କରିବା ପରେ ଜଣେ ପରେ ଜଣେ ବିଧାୟକ ଶପଥ ପାଠ କରୁଛନ୍ତି।
ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ପ୍ରଥମଥର ପାଇଁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ଅନେକ ବିଧାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ନୂଆ ବିଧାୟକମାନେ ବିଧାନସଭା ଦ୍ୱାରରେ ମୁଣ୍ଡିଆ ମାରି ପ୍ରବେଶ କରୁଥିତ୍ବା ଦେଖାଯାଇଛି।
ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ୧୯ ତାରିଖରେ ପ୍ରାର୍ଥୀମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ୨୦ରେ ବାଚସ୍ପତି ପଦ ଲାଗି ଭୋଟିଂ ହେବାକୁ ଥିବାବେଳେ କେତେଜଣ ଏଥିଲାଗି ନାମାଙ୍କନ ଦାଖଲ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। ବିରୋଧୀ ପ୍ରାୟତଃ ବାଚସ୍ପତି ନିର୍ବାଚନ ଲାଗି ନିଜର ପ୍ରାର୍ଥୀ ଦେଇ ନ ପାରନ୍ତି। ଅନ୍ୟପଟେ ଭାଜପାରୁ କାହାକୁ ବାଚସ୍ପତି ପଦ ଲାଗି ପ୍ରାର୍ଥୀ କରାଯାଉଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ନୂଆ ବାଚସ୍ପତି ନିର୍ବାଚନ ପରିଚାଳନା ମଧ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri