ବିବାହ ବନ୍ଧନରେ କିଆରା -ସିଦ୍ଧାର୍ଥ

ଜୟପୁର: ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା ମଙ୍ଗଳବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରାଜସ୍ଥାନସ୍ଥିତ ଜୈସାଲମିରର ସୂର୍ଯ୍ୟଘାଟ ରିସୋର୍ଟରେ ଏହି ଭିଆଇପି ଓ୍ବେଡିଂ ଅନୁଷ୍ଠିତ ହୋଇଥିଲା। ବହୁ ବଲିଉଡ୍‌ ସେଲିବ୍ରିଟି ଏହି ବିବାହରେ ଯୋଗ ଦେଇଥିଲେ। ମଙ୍ଗଳବାର ପାରମ୍ପରିକ ରୀତିନୀତିରେ ଦୁଇ ଷ୍ଟାରଙ୍କ ବିବାହ ସମ୍ପନ୍ନ ହୋଇଥିଲା। ସିଦ୍ଧାର୍ଥ ବର ବେଶରେ ଘୋଡ଼ାରେ ବସି ବରଯାତ୍ରୀ ନେଇ ବାହା ହେବାକୁ ମଣ୍ଡପରେ ପହଞ୍ଚିଥିଲେ। କିଆରା ଗୋଲାପି ଓ ଗୋଲ୍ଡେନ୍‌ ରଙ୍ଗର ଲେହେଙ୍ଗା ପିନ୍ଧିଥିବାବେଳେ ସିଦ୍ଧାର୍ଥ କ୍ରିମ୍‌ କଲର୍‌ ଶେର୍‌ଓ୍ବାନି ପରିଧାନ କରିଥିଲେ। ମଙ୍ଗଳବାର ରାତିରେ ସିଦ୍ଧର୍ଥ ମାଲହୋତ୍ରା ଇନ୍‌ଷ୍ଟାଗ୍ରାମରେ ବିବାହ ଆଲବମ୍‌ର ଫଟୋ ଅପ୍‌ଲେଡ୍‌ କରିଛନ୍ତି। ସିଦ୍ଧାର୍ଥ ୩ଟି ଫଟୋ ଶେୟାର କରିଥିବାବେଳେ ଦର୍ଶକଙ୍କ ଆଶୀର୍ବାଦ କାମନା କରିଛନ୍ତି। ସୋସିଆଲ ମିଡିଆ ୟୁଜର୍ସ ସିଦ୍ଧାର୍ଥଙ୍କ ଫଟୋରେ ଶୁଭେଚ୍ଛା ଜଣାଇଛନ୍ତି। ୨୦୨୧ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଶେରଶାହ’ରେ କିଆରା ଓ ସିଦ୍ଧାର୍ଥ ପ୍ରଥମଥର ପାଇଁ ଏକାଠି ନଜରକୁ ଆସିଥିଲେ। ଫିଲ୍ମଟି ସୁପରହିଟ୍‌ ହେବା ସହ ସେମାନଙ୍କ ଯୋଡ଼ି ଦର୍ଶକଙ୍କୁ ଖୁବ୍‌ ପସନ୍ଦ ଆସିଥିଲା। ଏହାପରଠାରୁ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିବା ନେଇ ମିଡିଆରେ ଚର୍ଚ୍ଚା ହୋଇଥିଲା। କିନ୍ତୁ ଦୁହେଁ କେବେ ସମ୍ପର୍କକୁ ଖୋଲାଖୋଲି ଭାବେ ସ୍ବୀକାର କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?