Posted inଜାତୀୟ

ସିଦ୍ଧୁ ଅଟକ, ଚନ୍ନିଙ୍କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ, ୪।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସାରେ ୪ କୃଷକଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଛି। ଏହାର ପ୍ରତିବାଦରେ ପଞ୍ଜାବ କଂଗ୍ରେସ ନେତା ନବଜ୍ୟୋତ୍‌ ସିଂ ସିଦ୍ଧୁ ସୋମବାର ରାଜଭବନ ଅଭିମୁଖେ ବିକ୍ଷୋଭ ଶୋଭାଯାତ୍ରାରେ ବାହାରିଥିବା ବେଳେ ତାଙ୍କୁ ଅଟକ ରଖାଯାଇଛି। ସେହିପରି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କୁ ଉତ୍ତରପ୍ରଦେଶ ସରକାର ଲଖିମ୍‌ପୁର ଖେରି ଯିବାକୁ ଅନୁମତି ଦେଇନାହାନ୍ତି। ଚନ୍ନିଙ୍କ ହେଲିକପ୍ଟରକୁ ହିଂସାକାଣ୍ଡ ଘଟିଥିବା ଜିଲାରେ ଅବତରଣ ପାଇଁ ପଞ୍ଜାବ ସରକାର ଅନୁମତି ମାଗିଥିଲେ। ସେହିପରି ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖଜିନ୍ଦର ସିଂ ରାନ୍ଧଓ୍ବାଙ୍କୁ ମଧ୍ୟରେ ଲକ୍ଷ୍ନୌରେ ଅବତରଣ ଲାଗି ଅନୁମତି ମିଳି ନ ଥିଲା। ଚଣ୍ଡିଗଡ଼ସ୍ଥିତ ପଞ୍ଜାବ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ବାହାରେ କଂଗ୍ରେସ କର୍ମୀମାନେ ସିଦ୍ଧୁଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅଙ୍କୁ ତୁରନ୍ତ ଗିରଫ କରାଯିବାକୁ ସିଦ୍ଧୁ ଦାବି କରିଥିଲେ। ଚଣ୍ଡିଗଡ଼ ପୋଲିସ ସିଦ୍ଧୁଙ୍କ ସମେତ ଦଳୀୟ କର୍ମୀମାନଙ୍କୁ ଅଟକ ରଖିଛି। ଦଳର ରାଜ୍ୟ ସଭାପତି ପଦରୁ ଇସ୍ତଫା ଦେବାର ସପ୍ତାହେ ପରେ ସିଦ୍ଧୁ ଆନ୍ଦୋଳନରେ ଭାଗ ନେଇଛନ୍ତି। ଚନ୍ନିଙ୍କ ସହ ବୁଝାମଣା ପରେ ସେ ପୁଣିଥରେ ଦଳକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri