Posted inଜାତୀୟ

ସିଦ୍ଧୁଙ୍କର ବୁଦ୍ଧି ନାହିଁ: ଅମରିନ୍ଦର

ଚଣ୍ଡିଗଡ଼, ୨୪ ।୧: ଆସନ୍ତା ମାସରେ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । ରବିବାର ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କହିଛନ୍ତି ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କର ବୁଦ୍ଧି ନାହିଁ । ପ୍ରାୟ ୫ ବର୍ଷ ପୂର୍ବେ ସେ ଏହି ଅକ୍ଷମ(ସିଦ୍ଧୁ) ବ୍ୟକ୍ତିଙ୍କୁ ଦଳରେ ସାମିଲ ନ କରିବା ପାଇଁ କହିଥିବା ପ୍ରକାଶ କରିଛନ୍ତି । କ୍ୟାପଟେନ କହିଛନ୍ତି ବର୍ତ୍ତମାନ ରାଜ୍ୟରେ ଅବୈଧ ବାଲି ଖନନ ମାମଲାରେ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଓ ଅନ୍ୟ କେତେଜଣ କଂଗ୍ରେସ ନେତା ସଂଶ୍ଳିଷ୍ଟ ଅଛନ୍ତି । ଏହି ସୂଚନା ମିଳିବା ପରେ ବି ଦଳ ପ୍ରତି ସେମାନଙ୍କର ନିଷ୍ଠା ଭାବନାକୁ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା ଫଳରେ ସୋନିଆ ଗାନ୍ଧୀଙ୍କ ପକ୍ଷରୁ ଏମାନଙ୍କୁ ସବୁଜ ସଙ୍କେତ ମିଳି ନ ଥିଲା । ଏଥର ପିଏଲ୍‌ସି, ଭାରତୀୟ ଜନତା ପାର୍ଟି(ଭାଜପା) ଓ ଅନ୍ୟ କିଛି ଦଳ ସହ ମିଶି ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଛି ।
କ୍ୟାପଟେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ନିଜର ଏକ ଦଳ ‘ପଞ୍ଜାବ ଲୋକ କଂଗ୍ରେସ(ପିଏଲ୍‌ସି)’ ଗଠନ କରିଛନ୍ତି । ଆସନ୍ତା ନିର୍ବାଚନ ପାଇଁ ପିଏଲ୍‌ସି ପ୍ରଥମ ପର୍ଯ୍ୟାୟରେ ୨୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ସୂଚନାଯୋଗ୍ୟ, ଏହା ପୂର୍ବରୁ ବି ପଟିୟାଲା ରାଜପରିବାରର ଏହି ୭୯ ବର୍ଷୀୟ ରାଜନେତା କ୍ୟାପଟେନ ଅମରିନ୍ଦର ସିଂ କହିଥିଲେ, ସେ କେବେ ସିଦ୍ଧୁଙ୍କୁ ନିର୍ବାଚନରେ ବିଜୟି କରିଦେବେ ନାହିଁ,କାରଣ ସେ ସମ୍ପୂର୍ଣ୍ଣ ଭାବରେ ଅକ୍ଷମ ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri