Posted inଜାତୀୟ

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ସିଦ୍ଧୁଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆସିଲାବେଳେ ସିଦ୍ଧୁ ଏକ ହାତୀ ଉପରେ ଚଡା ଦରଦାମ୍‌ ବୃଦ୍ଧି ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏହି ନିଷ୍ପତ୍ତି ପରେ ପ୍ରଥମ ଥର ପାଇଁ ସେ ଟୁଇଟ୍‌ କରି କହିଛନ୍ତି, ନିୟମ ପାଳନ କରିବି ଆର୍ଥାତ୍‌ ସୁପ୍ରିମକୋର୍ଟ ଦେଇଥିବା ଦଣ୍ଡ ମାନି ସେ ଜେଲ୍‌ ଯିବାକୁ ପ୍ରସ୍ତୁତ।
ସୂଚନାଯୋଗ୍ୟ, ୧୯୮୮ରେ ସିଦ୍ଧୁ ପଟିଆଲାରେ ରାସ୍ତା ମଝିରେ ଗାଡି ପାର୍କିଂ କରିଥିଲେ। ଏହି ସମୟରେ ଗୁରୁନାମ ସିଂ ନାମକ ୬୫ ବର୍ଷୀୟ ବୃଦ୍ଧ ତାଙ୍କୁ କାର୍‌ ରାସ୍ତାରୁ ହଟାଇବାକୁ କହିଥିଲେ। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ସିଦ୍ଧୁ ରାଗରେ ବୃଦ୍ଧଙ୍କ ମୁଣ୍ଡକୁ ପିଟିଥିଲେ। ଏଥିରେ ବୃଦ୍ଧ ଜଣଙ୍କ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ବୃଦ୍ଧଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସିଦ୍ଧୁ କହିଥିଲେ।
ଏହି ଘଟଣାରେ ସିଦ୍ଧୁ ଏବଂ ତାଙ୍କ ବନ୍ଧୁ ରୁପିନ୍ଦର ସିଂଙ୍କ ବିରୋଧରେ ପଟିଆଲା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଥିଲା। ୧୯୯୯ରେ ସିଦ୍ଧୁଙ୍କୁ କୋର୍ଟ ଦ୍ୱାରା ନିର୍ଦ୍ଦୋଷରେ ଖଲାସ କରିଥିଲେ, କିନ୍ତୁ ୨୦୦୬ରେ ପଞ୍ଜାବ-ହରିୟାଣା ହାଇକୋର୍ଟ ଏହି ମାମଲାରେ ସିଦ୍ଧୁଙ୍କୁ ତିନି ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ସିଦ୍ଧୁ ସେତେବେଳେ ଅମୃତସରର ଜଣେ ଭାଜପା ଏମ୍‌ପି ଥିଲେ। ଦଣ୍ଡ ପରେ ସେ ଇସ୍ତଫା ଦେଇଥିଲେ। ଏହା ପରେ ସିଦ୍ଧୁ ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ।
ଏହି ମାମଲାରେ ସୁପ୍ରିମକୋର୍ଟ ୨୦୧୮ରେ ସିଦ୍ଧୁଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ସତ, ମାତ୍ର ଜେଲ୍‌ ଦଣ୍ଡ ନ ଦେଇ କେବଳ ମାତ୍ର ଏକ ହଜାର ଟଙ୍କା ଜୋରିମନା ଲଗାଇଥିଲେ। ଏହା ପରେ ପୀଡିତଙ୍କ ପରିବାର ପକ୍ଷରୁ ଏହା ଉପରେ ଏକ ରିଭ୍ୟୁ ପିଟିଶନ୍‌ ଦାଖଲ କରାଯାଇଥିଲା। ଏହାର ଶୁଣାଣି କରି ସୁପ୍ରିମକୋର୍ଟ ଆଜି ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଭାରତୀୟ ଦଣ୍ଡବିଧି ସଂହିତା ଧାରା ୩୨୩ ଅନୁଯାୟୀ, ଏହି ଅପରାଧର ଦଣ୍ଡ ସର୍ବାଧିକ ଏକ ବର୍ଷ ଜେଲ କିମ୍ବା ୧୦୦୦ ଟଙ୍କା କିମ୍ବା ଉଭୟ ଅଟେ।

नवजोत सिंह सिद्धू का ट्वीट.


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri